ଆବାସ ଯୋଜନା ଅନୁଦାନ ଅଟକାଇବା ଘଟଣା: ତଦନ୍ତ କଲେ ଉପଜିଲାପାଳ

ଭୁବନ, ୪।୮(ଡ.ଏନ୍‌.ଏ.)-ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ଭୁବନ ଏନ୍‌ଏସି ଅନ୍ତର୍ଗତ ୩ନଂ. ଓ୍ବାର୍ଡର ୮ଜଣ ହିତାଧିକାରୀଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ଅନୁଦାନ ଟଙ୍କା ପ୍ରଦାନ କରାଯାଉ ନ ଥିବା ଅଭିଯୋଗ ହୋଇଥିଲା। ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ଶନିବାର ଏହାର ତଦନ୍ତ କରିଛନ୍ତି। ଏନ୍‌ଏସି କର୍ତ୍ତୃପକ୍ଷ କେଉଁ କାରଣରୁ ଅନୁଦାନ ଅଟକାଇ ରଖିଛନ୍ତି ତାହାର ତଦନ୍ତ କରିବା ଏବଂ ଯଥାଶୀଘ୍ର ହିତାଧିକାରୀଙ୍କୁ ଅନୁଦାନ ଅର୍ଥ ପ୍ରଦାନ କରିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ବିକାଶ ମଲ୍ଲିକ, ପ୍ରକାଶ ମଲ୍ଲିକ, ଭଗବାନ ମଲ୍ଲିକ, ରବି ମଲ୍ଲିକ, ଛବି ମଲ୍ଲିକ, ଗିରିଧାରୀ ମଲ୍ଲିକ, ଗୋକୁଳ ମଲ୍ଲିକ ଏବଂ ନକୁଳ ମଲ୍ଲିକଙ୍କୁ ଗତ ଫେବୃୟାରୀ ୨ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଇଥିଲା। ଆବଶ୍ୟକ ତଦନ୍ତ ପରେ ସେମାନଙ୍କୁ ଏନ୍‌ଏସି ପକ୍ଷରୁ କାର୍ଯ୍ୟାଦେଶ ଦିଆଯାଇଥିଲା। ହିତାଧିକାରୀମାନେ କାର୍ଯ୍ୟ ଆରମ୍ଭ କରିବା ପରେ ୨୦୧୯ ଜୁଲାଇ ୨୨ରେ ଏନ୍‌ଏସି କର୍ତ୍ତୃପକ୍ଷ କାମବନ୍ଦ କରିବାକୁ ନୋଟିସ୍‌ କରିଥିଲେ। ହେଲେ ଉଦ୍ଦେଶ୍ୟମୂଳକ ଭାବେ ସେମାନଙ୍କ ଅନୁଦାନ ଅଟକାଇ ଦିଆଯାଇଥିବା ଅଭିଯୋଗ କରି ଜୁଲାଇ ୨୫ରେ କାର୍ଯ୍ୟାଦେଶ ପାଇଥିବା ବ୍ୟକ୍ତିମାନେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ। ନ୍ୟାୟ ନ ମିଳିଲେ ଆନ୍ଦୋଳନ କରିବାକୁ ଚେତାବନୀ ମଧ୍ୟ ଦେଇଥିଲେ। କାଉନ୍‌ସିଲର ଅରୁଣ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ସମ୍ପୃକ୍ତ ହିତାଧିକାରୀ ଆନ୍ଦୋଳନ କରିବାକୁ ସଜବାଜ ହେଉଥିବା ଜାଣିବା ପରେ ଶନିବାର ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ନିର୍ଦ୍ଦେଶକ୍ରମେ ଉପଜିଲାପାଳ ଘଟଣାର ତଦନ୍ତ କରିଛନ୍ତି। ତହସିଲଦାର ଶକ୍ତିକାନ୍ତ ରାୟ, ଏନ୍‌ଏସି ନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ, ରାଜସ୍ବ ନିରୀକ୍ଷକ ଶ୍ରୀକାନ୍ତ କୁମାର ପରିଡ଼ା, କନିଷ୍ଠ ଯନ୍ତ୍ରୀ ସୁରେନ୍ଦ୍ର ନାଥ ସାହୁ, ଜଗଦୀଶ ନାଏକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?