ଆବାସ ଯୋଜନା ଅନୁଦାନ ଅଟକାଇବା ଘଟଣା: ତଦନ୍ତ କଲେ ଉପଜିଲାପାଳ

ଭୁବନ, ୪।୮(ଡ.ଏନ୍‌.ଏ.)-ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ଭୁବନ ଏନ୍‌ଏସି ଅନ୍ତର୍ଗତ ୩ନଂ. ଓ୍ବାର୍ଡର ୮ଜଣ ହିତାଧିକାରୀଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ଅନୁଦାନ ଟଙ୍କା ପ୍ରଦାନ କରାଯାଉ ନ ଥିବା ଅଭିଯୋଗ ହୋଇଥିଲା। ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ଶନିବାର ଏହାର ତଦନ୍ତ କରିଛନ୍ତି। ଏନ୍‌ଏସି କର୍ତ୍ତୃପକ୍ଷ କେଉଁ କାରଣରୁ ଅନୁଦାନ ଅଟକାଇ ରଖିଛନ୍ତି ତାହାର ତଦନ୍ତ କରିବା ଏବଂ ଯଥାଶୀଘ୍ର ହିତାଧିକାରୀଙ୍କୁ ଅନୁଦାନ ଅର୍ଥ ପ୍ରଦାନ କରିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ବିକାଶ ମଲ୍ଲିକ, ପ୍ରକାଶ ମଲ୍ଲିକ, ଭଗବାନ ମଲ୍ଲିକ, ରବି ମଲ୍ଲିକ, ଛବି ମଲ୍ଲିକ, ଗିରିଧାରୀ ମଲ୍ଲିକ, ଗୋକୁଳ ମଲ୍ଲିକ ଏବଂ ନକୁଳ ମଲ୍ଲିକଙ୍କୁ ଗତ ଫେବୃୟାରୀ ୨ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଇଥିଲା। ଆବଶ୍ୟକ ତଦନ୍ତ ପରେ ସେମାନଙ୍କୁ ଏନ୍‌ଏସି ପକ୍ଷରୁ କାର୍ଯ୍ୟାଦେଶ ଦିଆଯାଇଥିଲା। ହିତାଧିକାରୀମାନେ କାର୍ଯ୍ୟ ଆରମ୍ଭ କରିବା ପରେ ୨୦୧୯ ଜୁଲାଇ ୨୨ରେ ଏନ୍‌ଏସି କର୍ତ୍ତୃପକ୍ଷ କାମବନ୍ଦ କରିବାକୁ ନୋଟିସ୍‌ କରିଥିଲେ। ହେଲେ ଉଦ୍ଦେଶ୍ୟମୂଳକ ଭାବେ ସେମାନଙ୍କ ଅନୁଦାନ ଅଟକାଇ ଦିଆଯାଇଥିବା ଅଭିଯୋଗ କରି ଜୁଲାଇ ୨୫ରେ କାର୍ଯ୍ୟାଦେଶ ପାଇଥିବା ବ୍ୟକ୍ତିମାନେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ। ନ୍ୟାୟ ନ ମିଳିଲେ ଆନ୍ଦୋଳନ କରିବାକୁ ଚେତାବନୀ ମଧ୍ୟ ଦେଇଥିଲେ। କାଉନ୍‌ସିଲର ଅରୁଣ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ସମ୍ପୃକ୍ତ ହିତାଧିକାରୀ ଆନ୍ଦୋଳନ କରିବାକୁ ସଜବାଜ ହେଉଥିବା ଜାଣିବା ପରେ ଶନିବାର ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ନିର୍ଦ୍ଦେଶକ୍ରମେ ଉପଜିଲାପାଳ ଘଟଣାର ତଦନ୍ତ କରିଛନ୍ତି। ତହସିଲଦାର ଶକ୍ତିକାନ୍ତ ରାୟ, ଏନ୍‌ଏସି ନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ, ରାଜସ୍ବ ନିରୀକ୍ଷକ ଶ୍ରୀକାନ୍ତ କୁମାର ପରିଡ଼ା, କନିଷ୍ଠ ଯନ୍ତ୍ରୀ ସୁରେନ୍ଦ୍ର ନାଥ ସାହୁ, ଜଗଦୀଶ ନାଏକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri