ଆବାସ ଯୋଜନା ବାଟ୍‌ବନା: ବିଲ୍‌ ଟଁକା ଲାଗି ହିତାଧିକାରୀ ହଟ୍‌ହଟା

ଲାଠୋର, ୧୬।୨ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦେଉଛନ୍‌। ଘର ତିଆରି ଲାଗି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ୧୬ ହଜାର ଟଁକା ଦେଉଛନ୍‌। ହେଲେ ଅନେକ ହିତାଧିକାରୀ ଇ ଟଁକା ନାଇଁ ପାଉଥିବାର ଅଭିଯୋଗ ହେଉଛେ। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ଅଧୀନ ସାନଗୁର୍ଜିଭଟା ଗଁା ପାଲିପଡ଼ାରେ।
ସୂଚନା ଅନ୍‌ସାରେ ପାଲିପଡ଼ାର ପଦ୍ମା ବର୍ଗେ, ଜାମିନି ଛତ୍ରିଆକୁଁ ଗଲା ୨୦୧୬-୧୭ ବଛରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରିବାର ଲାଗି ୧ଲକ୍ଷ ୩୦ ହଜାର ଟଁକା ଲେଖେଁ ଯୁଗେଇ ଦିଆଯାଇଥିଲା। ସେନ୍‌ତା ୨୦୧୮-୧୯ ବଛରରେ ଧନମତି ନାଗକୁଁ ଆବାସ ଯୋଜନାରେ ଘର ଯୁଗେଇ ଦିଆଯାଇଥିଲା। ଇ ହିତାଧିକାରୀମାନେ ଖେପ୍‌ ଖେପ୍‌ କରି ଟଁକା ଉଠେଇ ଘର ତିଆରି କାମ୍‌ ପୂରା କରିଥିଲେ। ଘର ତିଆରି ସରବାର ଆଏଜ୍‌କେ ବଛ୍‌ରେ ବିତିଯାଇଛେ। ହେଲେ ହିତାଧିକାରୀମାନେ ଆଏଜ୍‌ତକ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଜରିଆରେ କାମ୍‌ କରିଥିବାର ବିଲ୍‌ ଟଁାକା ନାଇଁ ପାଇପାରି। ଇଆଡ଼େ ହିତାଧିକାରୀମାନେ ବାରବାର ଟଁକା ପାଏବାର ଲାଗି ପଁଚେତ୍‌ନୁ ବ୍ଲକ ତକ୍‌ ନରଦୁ ଥିଲେ ବି କେହି ତାକର କଥା ନାଇଁ ଶୁନୁଥିବାର ଅଭିଯୋଗ କରିଛନ୍‌। ଏନ୍‌ତା କି ଅଧ୍‌କାରୀ, କରମ୍‌ଚାରୀମାନେ ବିଲ୍‌ ଟଁକା ଆଏଜ୍‌ ହେବା କାଏଲ୍‌ ହେବା କହି ଦିନ୍‌ ଗଡ଼ଉଥିବାର ହିତାଧିକାରୀମାନେ କହିଛନ୍‌। ଇ ବାବ୍‌ଦେ କରୁଅଁାଝର ପଁଚେତ୍‌ ଗ୍ରାମ ରୋଜଗାର ସେବକ ହେମନ୍ତ ଭୋଇକୁଁ ପଚ୍‌ରାଲାରୁ ୨୦୧୬-୧୭ ବଛରରେ ମୁଇଁ ଇଠାନେ ନାଇଁଥାଇ। ୨୦୧୮-୧୯ ବଛର୍‌ର ଟଁକା କାହିଁର ଲାଗି ନାଇଁ ଦିଆଯାଇ କାଗଜପତର ଦେଖ୍‌ଲେ ଯାଇ କହି ହେବା ବଲି ସେ କହିଥିଲେ। ବ୍ଲକ ପରଶାସନ ଘଟନାର ତଦଁତ୍‌ କରି ପଦକ୍ଷେପ ନେବାକେ ହିତାଧିକାରୀମାନେ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?