ଆବାସ ହିତାଧିକାରୀଙ୍କ ଅନୁଦାନ ହଡପ : ସମ୍ପୂର୍ଣ୍ଣ ହୋଇପାରୁନି ଗୃହ, ରାସ୍ତାକଡରେ ପରିବାର

ନୂଆଗାଁ,୧୨ା୮ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୁମୀ ପଞ୍ଚାୟତ ମଣିଆକୋଟ ଗ୍ରାମର ଜଣେ ହିତାଧିକାରୀଙ୍କ ଆବାସ ଅନୁଦାନ ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ଏଣେ ଗୃହ ନିର୍ମାଣ ଶେଷ ହୋଇ ନ ଥିବାରୁ ହିତାଧିକାରୀଙ୍କ ପରିବାର ରାସ୍ତାକଡରେ ଜୀବନ ବିତାଉଛନ୍ତି।
ମଣିଆକୋଟ ଗ୍ରାମର କଷ୍ଟିଆ ଜାନିଙ୍କ ବାସଗୃହ ନ ଥିବାରୁ ୨୦୧୭-୧୮ ମସିହାରେ ତାଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇ ବ୍ଲକ ତରଫରୁ ଗୃହ ନିର୍ମାଣ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା। ଆଦିବାସୀ ସମ୍ପ୍ରଦାୟର ହୋଇଥିବାରୁ ଗୃହ ନିର୍ମାଣ ପାଇଁ କଷ୍ଟିଆ ଅସମର୍ଥ ବିଚାର କରି ଠିକାଦାର ମାଧ୍ୟମରେ କରାଇବା ପାଇଁ କିଛି ସରକାରୀ କର୍ମଚାରୀ ତାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସ୍ଥାନୀୟ ଅଞ୍ଚଳର ଜଣେ ଠିକାଦାର ସେହି ଗ୍ରାମର ବାମୁଣି ପ୍ରଧାନ, ଚନ୍ଦ୍ରମଣୀ ଜାନିଙ୍କ ସମେତ କଷ୍ଟିଆଙ୍କ ଗୃହ ନିର୍ମାଣ ଦାୟିତ୍ୱ ନେଇଥିଲେ। ସର୍ତ୍ତ ମୁତାବକ ଠିକାଦାର ଗୃହ ନିର୍ମାଣର ସମ୍ପୂର୍ଣ୍ଣ ଖର୍ଚ୍ଚ ନିଜେ ବହନ କରିବେ ଓ ସରକାରଙ୍କ ଅନୁଦାନ ମିଳିବା ପରେ ହିତାଧିକାରୀଙ୍କଠାରୁ ନେବେ। ତେଣୁ ଗୃହ ନିର୍ମାଣ ପୂର୍ବରୁ ହିତାଧିକାରୀମାନେ ରହୁଥିବା ଚାଳଘର ଭାଙ୍ଗି ପରିବାର ସହିତ ବାହାରେ ପଡିରହିଲେ। କିନ୍ତୁ ନିର୍ମାଣ ଆରମ୍ଭ ହେବାର ଏକବର୍ଷ ବିତିଯାଇଥିଲେ ମଧ୍ୟ କଷ୍ଟିଆଙ୍କ ଘର ପ୍ଲିନ୍ଥ ଲେବୁଲରେ ଅଟକି ରହିଥିବାବେଳେ ବାମୁଣି ଓ ଚନ୍ଦ୍ରମଣିଙ୍କର ଛାତ ପତନରେ ଅଟକି ରହିଛି । ଚାଳଘର ଭାଙ୍ଗିବା ଦିନଠାରୁ କଷ୍ଟିଆ ସ୍ତ୍ରୀ, ପୁଅ, ବୋହୂ, ୪ ବର୍ଷର ନାତି ଓ ୬ ମାସର ନାତୁଣୀକୁ ଧରି ରାସ୍ତାକଡରେ ରହୁଛନ୍ତି। ହିତାଧିକାରୀଙ୍କ ଅଭିଯୋଗ ଅନୁଯାୟୀ, ଗୃହ ନିର୍ମାଣ ଅଧାକରି ଠିକାଦାର ଅନୁଦାନ ହଡପ କରିଛନ୍ତି। ସରକାରୀ ନିୟମ ଅନୁସାରେ ବିଲ୍‌ ପାସ କରିବା ପୂର୍ବରୁ ପଞ୍ଚାୟତ ଅଧିକାରୀ, ଯନ୍ତ୍ରୀ କାର୍ଯ୍ୟ ତଦାରଖ କରିବା କଥା। କିନ୍ତୁ ସେମାନେ ସେହି ସ୍ଥାନକୁ ଯାଇ ନ ଥିବା କହିଛନ୍ତି କଷ୍ଟିଆଙ୍କ ପୁଅ ସୁଶାନ୍ତ ଜାନି । କୌଣସି ଅଧିକାରୀ ନ ଦେଖି ଠିକାଦାରଙ୍କ କଥାରେ କିଭଳି ବିଲ୍‌ କରାଗଲା ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ସମ୍ପର୍କରେ ନୂଆଗାଁ ବିଡିଓ ସିରିୟାଲ ଏସ୍‌ ପଟେଲଙ୍କୁ ପଚାରିବାରୁ ସେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଯନ୍ତ୍ରୀଙ୍କୁ ପଚାରି ବୁଝିବା ସହ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri