ଆବୁଧାବୀରେ ଅନ୍ତର୍ଜାତୀୟ ପେଟ୍ରୋଲିୟମ ସମ୍ମିଳନୀ: ‘ତୈଳ, ଗ୍ୟାସ କ୍ଷେତ୍ରରେ ୧୦୦ ବିଲିୟନ ପୁଞ୍ଜି ନିବେଶ କରିବ ଭାରତ’

ଭୁବନେଶ୍ୱର,୧୨।୧୧:(ବ୍ୟୁରୋ): ତୈଳ ଓ ଗ୍ୟାସ କ୍ଷେତ୍ରରେ ବିଶ୍ୱ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଆମର ଲକ୍ଷ୍ୟ। ଏହି ମର୍ମରେ ୨୦୨୪ ସୁଦ୍ଧା ଭାରତ ରିଫାଇନିଂ, ପାଇପ୍‌ଲାଇନ ଏବଂ ଗ୍ୟାସ ଟର୍ମିନାଲରେ ୧୦୦ ବିଲିୟନ ପୁଞ୍ଜିନିବେଶ କରିବ। ଉର୍ଜା କ୍ଷେତ୍ରରେ ପୁଞ୍ଜିନିବେଶ କରିବା ପାଇଁ ଭାରତ ଉତ୍କୃଷ୍ଟ ସ୍ଥାନ ବୋଲି ଦୁଇଦିନିଆ ୟୁଏଇ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସୋମବାର ଆବୁଧାବୀଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପେଟ୍ରୋଲିୟମ ପ୍ରଦର୍ଶନୀ ସମ୍ମିଳନୀରେ(ଆଡିପେକ-୨୦୧୯)ରେ ଧର୍ମେନ୍ଦ୍ର ଯୋଗଦେଇ ଭାରତ ପ୍ୟାଭିଲିୟନକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ଭାରତକୁ କମ୍‌ କାର୍ବନ ନିର୍ଗମନ ଅର୍ଥ ବ୍ୟବସ୍ଥା କରିବା ପାଇଁ ତଥା ଉର୍ଜାର ନିରନ୍ତର ଆବଶ୍ୟକତା ପୂରଣ କରାଯିବ। ଏଥିପାଇଁ କେନ୍ଦ୍ର ସରକାର ଭାରତକୁ ଗ୍ୟାସ୍‌ ଆଧାରିତ ଅର୍ଥନୀତି କରିବାକୁ ଯୋଜନା କରୁଛନ୍ତି। ୨୦୩୦ ସୁଦ୍ଧା ଗ୍ୟାସର ଶେୟାରକୁ ୧୫ପ୍ରତିଶତ ବୃଦ୍ଧି କରିବାକୁ ସରକାର ବିଭିନ୍ନ କାର୍ଯ୍ୟକ୍ରମ କରୁଛନ୍ତି। ମୁଣ୍ଡ ପିଛା ଉର୍ଜାର ଉପଯୋଗ କ୍ଷେତ୍ରରେ ଦେଖିଲେ ବିଶ୍ୱ ହାରାହାରି ଠାରୁ ଭାରତରେ ଉର୍ଜାର ବ୍ୟବହାର କମ୍‌। ତେଣୁ ୨୦୨୦ ମଧ୍ୟଭାଗ ସୁଦ୍ଧା ଉର୍ଜା କ୍ଷେତ୍ରରେ ଭାରତ ବୃହତ୍‌ ବଜାର ହେବା ନେଇ ଆଶା ରଖିଛି। ଭାରତରେ ସିଟି ଗ୍ୟାସ ନେଟୱର୍କର ସମ୍ପ୍ରସାରଣ ହୋଇଛି, ଯାହା ଭାରତ ଭୌଗୋଳିକର ୫୦ପ୍ରତିଶତ ଆଚ୍ଛାଦିତ କରୁଥିବାବେଳେ ଜନସଂଖ୍ୟାର ୭୦ପ୍ରତିଶତ ଲୋକ ଏହାର ସୁବିଧା ପାଇଛନ୍ତି। ଭାରତକୁ ଗ୍ୟାସ୍‌ ଆଧାରିତ ଅର୍ଥବ୍ୟବସ୍ଥା କରିବା ପାଇଁ ୬୦ନିୟୁତ ଆମେରିକୀୟ ଡଲାର ବ୍ୟୟ ବରାଦରେ ଗ୍ୟାସ୍‌ ଭିତ୍ତିଭୂମି ଯଥା ଗ୍ୟାସ୍‌ ପାଇପ୍‌ ଲାଇନ୍‌, ଟର୍ମିନାଲ, ସିଟି ଗ୍ୟାସ୍‌ ବିତରଣ ବ୍ୟବସ୍ଥା ଆଦି ବିଭିନ୍ନ କାର୍ଯ୍ୟ ଚାଲିଛି। ଭାରତର ତୈଳ ଏବଂ ଗ୍ୟାସ କ୍ଷେତ୍ର ବହୁତ ଭଲ ଉପାୟରେ ସେବେ କାମ କରିପାରିବ, ଯେତେବେଳେ ବିଶ୍ୱ ବିକାଶ ସହିତ ସମନ୍ବୟ ରଖିବ। ଫଳରେ କେବଳ ଭାରତରେ ଉର୍ଜା ପରିବର୍ତ୍ତନ ପ୍ରଭାବିତ ହେବ ନାହିଁ ବରଂ ବିଶ୍ୱ ଉର୍ଜା ଗତିଶୀଳତାକୁ ଦାୟିତ୍ୱପୂର୍ଣ୍ଣ ଭାବେ ପ୍ରଭାବିତ କରିବ। ଆଗାମୀ ଦିନରେ ଭାରତ ବିଶ୍ୱ ଉର୍ଜା ଚାହିଦାର କେନ୍ଦ୍ରବିନ୍ଦୁ ହେବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri