Posted inଜାତୀୟ

ଆମରଣ ଅନଶନରେ ସ୍ବାତୀ ମାଲିଓ୍ବାଲ

ନୂଆଦିଲ୍ଲୀ,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ବିରୋଧରେ ପୂରା ଦେଶ ସ୍ବର ଉତ୍ତୋଳନ କରିଛି। ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଜନସାଧାରଣ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଦିଲ୍ଲୀର ମହିଳା କମିଶନ ଅଧ୍ୟକ୍ଷା ସ୍ବାତୀ ମାଲିଓ୍ବାଲ ଆମରଣ ଅନଶନରେ ବସିଛନ୍ତି। ମଙ୍ଗଳବାରଠାରୁ ଜନ୍ତରମନ୍ତରଠାରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସେ ଅନଶନରେ ବସିଛନ୍ତି। ଅନଶନ ପୂର୍ବରୁ ପ୍ରଥମେ ସେ ରାଜଘାଟର ଗାନ୍ଧୀ ସମାଧିସ୍ଥଳକୁ ଗସ୍ତ କରିଥିଲେ। ଏହାପରେ ସେ ଅନଶନରେ ବସିଥିଲେ। ପୂର୍ବରୁ ତାଙ୍କୁ ଅନଶନରେ ବସିବା ପାଇଁ ପୋଲିସ ଅନୁମତି ଦେଉନାହିଁ ବୋଲି ଅଭିଯୋଗ କରିଥିଲେ। ଅପରପକ୍ଷରେ ସ୍ବାତୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ୬ମାସ ଭିତରେ ବଳାତ୍କାରୀଙ୍କୁ ଫାଶୀ ନ ମିଳିବା ପର୍ଯ୍ୟନ୍ତ ସେ ଆମରଣ ଅନଶନରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀ ପୋଲିସଙ୍କୁ ୬୬,୦୦୦ ପୋଲିସ କର୍ମଚାରୀ ଦିଆଯିବା ସହ ତୁରନ୍ତ ୪୫ଫାଷ୍ଟ ଟ୍ରାକ୍‌ କୋର୍ଟ ସ୍ଥାପିତ କରିବା ପାଇଁ ସେ ଦାବି କରିଛନ୍ତି। ଏଥିସହ ଯେକୌଣସିମତେ ଦୋଷୀଙ୍କୁ ଫାଶୀ ଦିଆଯାଉ ବୋଲି ସେ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ମଘା ନକ୍ଷତ୍ରକୁ ଯିବେ ଗୁରୁ ବୃହସ୍ପତି: ଅକ୍ଟୋବରରୁ ଆରମ୍ଭ ହେବ ୪ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଚାକିରି-ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ରରେ ଗୁରୁ ଗ୍ରହଙ୍କୁ ଜ୍ଞାନ, ଧନ, ଭାଗ୍ୟ, ବିସ୍ତାର, ସୁଖ ଓ ସମୃଦ୍ଧିର କାରକ ଭାବେ ବିବେଚନା କରାଯାଏ। ଶୁଭ ଗ୍ରହମାନଙ୍କ ମଧ୍ୟରେ ଗୁରୁଙ୍କୁ ବିଶେଷ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

ମହିଳାଙ୍କ ସଲୱାର୍‌ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…

ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?