ଆମିରଙ୍କ ପ୍ରେମରେ ଆମେରିକା

ମୁମ୍ବାଇ: ଏବେ ସାରା ବିଶ୍ୱରେ କରୋନା ବିରୋଧରେ ଲଢ଼େଇ ଚାଲିଛି। କରୋନା ଯୋଗୁ ସବୁଠୁ ଅଧିକ ପ୍ରଭାବିତ ହୋଇଛି ଆମେରିକା। ଏଠାରେ ଏଯାବତ୍‌ ୧୧ଲକ୍ଷରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୭୦,୦୦୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇ ସାରିଛନ୍ତି। ସେଠାରେ ବି ଏହି ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନାରୁ ରକ୍ଷା ପାଇବା ପାଇଁ ଲୋକେ ଘରେ ରହୁଥିବା ବେଳେ ବିଭିନ୍ନ ଉପାୟରେ ସମୟ ଅତିବାହିତ କରୁଛନ୍ତି। ଅନେକ ଲୋକ ଟିଭି ଦେଖି ସମୟ ବିତାଉଛନ୍ତି। ତେବେ ଲକ୍‌ଡାଉନ୍‌ ବେଳେ ସେଠାକାର ଲୋକେ ହଲିଉଡ୍‌ ଅପେକ୍ଷା ବଲିଉଡ୍‌ର ଗୋଟିଏ ଫିଲ୍ମକୁ ସବୁଠାରୁ ଅଧିକ ଥର ଦେଖିସାରିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ସୂଚନା ଅନୁଯାୟୀ, ଆମିରଙ୍କ ସୁପରହିଟ୍‌ ଫିଲ୍ମ ‘ଥ୍ରି ଇଡିୟଟ୍‌ସ’କୁ ଆମେରିକା ଲୋକେ ସବୁଠୁ ଅଧିକ ଥର ଦେଖିଛନ୍ତି। ଆଉ ଏହି ଖବର ପାଇବା ପରେ ଫିଲ୍ମର ନିର୍ଦ୍ଦେଶକ ରାଜକୁମାର ହିରାନୀ କୁଆଡେ ବେଶ୍‌ ଖୁସି ହୋଇଯାଇଛନ୍ତି। ତେବେ ଏହି ମୁଭିଟି ବେଶ୍‌ ସଫଳ ହୋଇଥିଲା। ୨୦୦୯ରେ ଏହି ମୁଭି ରିଲିଜ ହୋଇଥିଲା। ଆମିରଙ୍କ ସହିତ ଏଥିରେ କରୀନା କପୁର, ଆର. ମାଧବନ, ଶରମନ୍‌ ଯୋଶୀ,ବୋମନ ଇରାନୀ ପ୍ରମୁଖ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri