Posted inଖେଳ

ଆମିସଙ୍କ ନାମରେ ପ୍ରଥମ ବିଶ୍ୱକପ୍‌ ଶତକ

ନୂଆଦିଲ୍ଲୀ, ୨୩।୫- ଆଇସିସି ବିଶ୍ୱକପ୍‌ ଆସନ୍ତା ୩୦ରୁ ବ୍ରିଟେନରେ ଆରମ୍ଭ ହେବ। କ୍ରିକେଟ ବିଶ୍ୱକପ୍‌ର ଏହାହେବ ଦ୍ୱାଦଶ ସଂସ୍କରଣ। ଏହା ମଧ୍ୟରେ ବିଶ୍ୱକପ୍‌ରେ ଅନେକ ରେକର୍ଡ ଭଙ୍ଗ ହୋଇଥିବାବେଳେ ଅନେକ ନୂତନ ରେକର୍ଡ ସୃଷ୍ଟି ହୋଇଛି। ତେବେ କ୍ରିକେଟର ଏହି ମହାକୁମ୍ଭରେ ପ୍ରଥମ ଶତକ ହାସଲ କରିବାର ସୌଭାଗ୍ୟ ଲାଭ କରିଥିଲେ ଇଂଲଣ୍ଡର ଡେନିସ ଆମିସ। ୧୯୭୫ରେ ଅନୁଷ୍ଠିତ ବିଶ୍ୱକପ୍‌ ପ୍ରଥମ ସଂସ୍କରଣର ଉଦ୍‌ଘାଟନୀ ଦିବସ ଜୁନ ୭ରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ଅବସରରେ ଆମିସ ଏହି କୃତୀତ୍ୱ ହାସଲ କରିଥିଲେ। ଆମିସ ଏହି ମ୍ୟାଚ୍‌ରେ ୧୩୭ ରନର ଇନିଂସ ଖେଳିଥିଲେ। ଆମିସଙ୍କ ଶତକୀୟ ଇନିଂସ ବଳରେ ଇଂଲଣ୍ଡ ୬୦ ଓଭରରେ ୩୩୪ ରନର ବିଶାଳ ସ୍କୋର କରିଥିଲା। ଭାରତ ଏହି ମ୍ୟାଚ୍‌ରେ ପରାଜୟବରଣ କରିଥିବାବେଳେ ଇଂଲଣ୍ଡର ଏହି ସ୍କୋର ୮ ବର୍ଷ ପର୍ଯ୍ୟନ୍ତ ବିଶ୍ୱକପ୍‌ରେ ସର୍ବୋଚ୍ଚ ଦଳଗତ ସ୍କୋର ଭାବେ ରେକର୍ଡ ବୁକ୍‌ରେ ରହିଥିଲା। ଏଠାରେ ଉଲ୍ଳେଖଯୋଗ୍ୟ, ସେହି ସମାନ ଦିନ ଇଷ୍ଟ ଆଫ୍ରିକା ବିପକ୍ଷରେ ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚରେ ନ୍ୟୁଜିଲାଣ୍ଡର ଗ୍ଲେନ ଟର୍ନର ମଧ୍ୟ ଶତକ ଅର୍ଜନ କରିଥିଲେ। ଟର୍ନର ଏହି ମ୍ୟାଚ୍‌ରେ ୧୭୧ ରନର ମାରାଥନ ଇନିଂସ ଖେଳିଥିଲେ ମଧ୍ୟ ତାଙ୍କ ପୂର୍ବରୁ ଆମିସ ପ୍ରଥମେ ଶତକ ହାସଲ କରିଥିବାରୁ ରେକର୍ଡ ବୁକ୍‌ରେ ତାଙ୍କ ନାମ ଲିପିବଦ୍ଧ ହୋଇ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତଙ୍କ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri