ଆମେରିକାକୁ ଯୁଦ୍ଧ ଧମକ ଦେଲା ଇରାନ

ଦୁବାଇ,୧୬ା୯: ସୌଦି ଆରବର ଦୁଇଟି ତୈଳ ପ୍ରକଳ୍ପ ଉପରେ ଡ୍ରୋନ୍‌ ଆକ୍ରମଣ ପଛରେ ଇରାନ୍‌ର ହାତ ରହିଛି ବୋଲି ଆମେରିକା ଅଭିଯୋଗ କରିଥିବାବେଳେ ତେହେରାନ ଏହାକୁ ଖଣ୍ଡନ କରିଛି। ଅନ୍ୟପକ୍ଷରେ ଯୁଦ୍ଧ ପାଇଁ ଇରାନ ଧମକ ଦେଇଛି। ଉପସାଗରୀୟ ଅଞ୍ଚଳରେ ଆମେରିକା ବେସ୍‌ ଓ ବିମାନବାହୀ ଯୁଦ୍ଧଜାହାଜ ଏହାର ମିସାଇଲ ରେଞ୍ଜ୍‌ ପରିସରରେ ରହିଥିବା ତେହେରାନ୍‌ ପକ୍ଷରୁ କୁହାଯାଇଛି।
ଶନିବାର ୟେମେନ ବିଦ୍ରୋହୀ ହୁଥି ସଂଗଠନ ସୌଦି ଆରବର ତୈଳ କ୍ଷେତ୍ର ଓ ତୈଳ ପ୍ରକ୍ରିୟାକରଣ ପ୍ଲାଣ୍ଟ ଉପରେ ଡ୍ରୋନ୍‌ ଆକ୍ରମଣ କରିଥିବା ଦାବି କରିଥିଲା। ଏହି ସଂଗଠନକୁ ଇରାନ ସହାୟତା ଦେଉଛି। ଡ୍ରୋନ୍‌ ଆକ୍ରମଣ ଯୋଗୁ ସୌଦିର ତୈଳ ଯୋଗାଣ ଗୁରୁତର ବାଧାପ୍ରାପ୍ତ ହୋଇଛି। ବିଶ୍ୱର ତୈଳ ଯୋଗାଣକୁ ପ୍ରଭାବିତ କରିବା ଏହି ଆକ୍ରମଣର ଉଦ୍ଦେଶ୍ୟ ଓ ଏହା ପଛରେ ଇରାନର ହାତ ରହିଛି ବୋଲି ଆମେରିକା ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପେଓ ଅଭିଯୋଗ କରିଥିଲେ। ଆକ୍ରମଣ ଯୋଗୁ ତୈଳ ଦର ବ୍ୟାରେଲ ପିଛା ୩ରୁ ୫ ଡଲାର ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଅନ୍ୟପକ୍ଷରେ ଆମେରିକାର ଅଭିଯୋଗକୁ ଇରାନ ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଆବ୍ବାସ୍‌ ମୌସସାଭି ଖଣ୍ଡନ କରିଛନ୍ତି। ଆମେରିକା ଅଭିଯୋଗ ଭିତ୍ତିହୀନ ବୋଲି ସେ କହିଛନ୍ତି। ପୂରା ଦମ୍‌ରେ ଯୁଦ୍ଧ ପାଇଁ ଇରାନ ପ୍ରସ୍ତୁତ ବୋଲି ରିଭଲ୍ୟୁଶନାରୀ ଗାର୍ଡସ୍‌ର ଜଣେ ବରିଷ୍ଠ କମାଣ୍ଡର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri