ଆମେରିକାକୁ ୩ ବର୍ଷ ପୂର୍ବରୁ ମିଳିଥିଲା କରୋନା ସମ୍ପର୍କିତ ଚେତାବନୀ !

ଓ୍ବାଶିଂଟନ,୩।୪: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ଏବେ ଆମେରିକା ଓ ଇଟାଲୀରେ ତାଣ୍ଡବ ରଚୁଛି। ଗୋଟିଏ ଦିନରେ ଏଠାରେ କରୋନା ଯୋଗୁ ଶହ ଶହ ଲୋକଙ୍କ ମୃତ୍ୟୁ ହେଉଥିବା ବେଳେ ଏବେ ଏହା ବିଶ୍ୱର ଶକ୍ତିଶାଳୀ ଦେଇ ଆମେରିକା ପାଇଁ ଏକ ଚ୍ୟାଲେଞ୍ଚ ହୋଇ ଠିଆ ହୋଇଛି। ତେବେ ୩ ବର୍ଷ ପୂର୍ବରୁ ଆମେରିକାକୁ କରୋନା ସମ୍ପର୍କିତ ଚେତାବନୀ ମିଳିଥିଲା ବୋଲି କୁହାଯାଉଛି। ଡେଲି ମେଲର ଏକ ରିପୋର୍ଟ ଅନୁଯାୟୀ, ହ୍ବାଇଟ ହାଉସ ବା ଟ୍ରମ୍ପ ପ୍ରଶାସନକୁ ୩ ବର୍ଷ ପୂର୍ବରୁ କରୋନା ସମ୍ପର୍କିତ ଚେତାବନୀ ମିଳିସାରିଥିଲା। ଅର୍ଥାତ୍‌ ୨୦୧୭ରେ ଦ ନେଶନ ମାଧ୍ୟମରେ ପ୍ରଥମେ କରୋନାକୁ ନେଇ ଆମେରିକା ପ୍ରଶାସନକୁ ଚେତାବନୀ ମିଳିଥିବା ବେଳେ ସେ କିନ୍ତୁ ପ୍ରସ୍ତୁତ ନ ଥିବା କୁହାଯାଇଛି। ୨୦୧୨ରେ ଆସିଥିବା ମର୍ସର ଅଧ୍ୟୟନ ପରେ ଏହି ଚେତାବନୀ ଜାରି କରାଯାଇଥିଲା। ପ୍ରାୟ ୧୦୩ ଫୃଷ୍ଠାର ଡକ୍ୟୁମେଣ୍ଟରେ କରୋନା ସମ୍ପର୍କରେ ଉଲ୍ଲେଖ କରାଯିବା ସହ ଏହା ମାହାମାରୀ ଭଳି ବିଶ୍ୱର ଅନେକ ଦେଶକୁ ସଂକ୍ରମଣ କରିବ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?