ଆମେରିକାରେ ‘ମୋଦି ଅଭିନନ୍ଦନ’ କାର୍ଯ୍ୟକ୍ରମ: ଯୋଗଦେବେ ୬୦ କଂଗ୍ରେସ ସଦସ୍ୟ

ହ୍ୟୁଷ୍ଟନ,୧୪ା୯(ପି.ଟି.): ହ୍ୟୁଷ୍ଟନ ସହରରେ ସେପ୍ଟେମ୍ବର ୨୨ରେ ଅନୁଷ୍ଠିତ ହେବାକୁ ଥିବା ମେଗା ପ୍ରବାସୀ ଭାରତୀୟ ସମ୍ମିଳନୀ ‘ହାଓଡି ମୋଦି’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାଗତ କରିବା ଲାଗି ୬୦ରୁ ଊର୍ଦ୍ଧ୍ୱ ଆମେରିକା କଂଗ୍ରେସ ଓ ସିନେଟ ସଦସ୍ୟ ଉପସ୍ଥିତ ରହିବେ। ସେମାନଙ୍କ ମଧ୍ୟରେ ପ୍ରଥମ ଆମେରିକୀୟ ହିନ୍ଦୁ କଂଗ୍ରେସ ସଦସ୍ୟା ତୁଲ୍‌ସୀ ଗାବାର୍ଡ ଏବଂ ଭାରତୀୟ ଆମେରିକୀୟ ସଦସ୍ୟ ରାଜା କ୍ରିଷ୍ଣମୂର୍ତ୍ତି ଅଛନ୍ତି। ଏହା ବ୍ୟତୀତ ବିଭିନ୍ନ ରାଜ୍ୟର ଗଭର୍ନର ମଧ୍ୟ ଉପସ୍ଥିତ ରହିବେ। ଏନ୍‌ଆର୍‌ଜି ଷ୍ଟାଡିୟମରେ ଭାରତୀୟ ଆମେରିକୀୟ ସମ୍ପ୍ରଦାୟ ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ଯେଉଁଥିରେ ୫୦ ହଜାର ଲୋକ ଯୋଗଦେବେ ବୋଲି ଆଇଟି ସେବା ଏକ୍ସପେଡିଏନ୍‌ର ସିଇଓ ଜିତେନ୍‌ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି। ଆମେରିକାରେ ଏହା ସର୍ବବୃହତ୍‌ କାର୍ଯ୍ୟକ୍ରମ ହେବାକୁ ଯାଉଛି, ଯେଉଁଠି ମୋଦିଙ୍କ ଦୂରଦୃଷ୍ଟି ସମ୍ପର୍କରେ ତାଙ୍କ ମୁହଁରୁ ଶୁଣିବା ପାଇଁ ବହୁ ଶିଳ୍ପପତି, ବିଜ୍‌ନେସ୍‌ ଲିଡର, ଆଇନ ପ୍ରଣେତା ଉପସ୍ଥିତ ରହିବେ ବୋଲି ଜିତେନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?