ଆମେରିକାରେ ହିଂସା ଜାରି: ୨୩ ରାଜ୍ୟରେ ୧୭ ହଜାର ସୈନ୍ୟ ମୁତୟନ

ୱାଶିଂଟନ,୩।୬: ଆମେରିକାର ମିନେପୋଲିସ୍‌ ସହରରେ ପୋଲିସ ହେପାଜତରେ ଥିବା ଜଣେ କୃଷ୍ଣକାୟଙ୍କ ମୃତ୍ୟୁ ହେବା ପରେ ସାରା ଦେଶରେ ପ୍ରତିବାଦ ନିଆଁ ଜଳୁଛି। ଜର୍ଜ ଫ୍ଲୋୟଡ୍‌ ନାମକ କୃଷ୍ଣକାୟ ବ୍ୟକ୍ତିଙ୍କୁ ଜଣେ ପୋଲିସ ଅଧିକାରୀ ଆଣ୍ଠୁରେ ଚାପି ରଖି ମାରିଦେବାର ଭିଡିଓ ଭାଇରାଲ ହେବା ପରେ ହିଂସା କ୍ରମଶଃ ଉଗ୍ର ରୂପ ଧାରଣ କରିଛି। ସମ୍ପୃକ୍ତ ପୋଲିସ ଅଧିକାରୀ ଏବଂ ତାଙ୍କୁ ସହାୟତା କରିଥିବା ପୋଲିସ ବିରୋଧରେ ଆହୁରି କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଆମେରିକାର ୪୦ଟି ସହରରେ ଆନ୍ଦୋଳନ ପହଞ୍ଚିଛି। ହିଂସାକୁ ଦୃଷ୍ଟିରେ ରଖି ୨୩ଟି ରାଜ୍ୟରେ ୧୭ ହଜାର ସୈନ୍ୟ ମୁତୟନ କରାଯାଇଛି। ଏହାରି ମଧ୍ୟରେ ରାଷ୍ଟ୍ରପତି ଟ୍ରମ୍ପ ଆନ୍ଦୋଳନକାରୀଙ୍କୁ ଚେତାବନୀ ଦେଇଛନ୍ତି । ଟ୍ରମ୍ପ କହିଛନ୍ତି ଜର୍ଜ ଫ୍ଲୋୟଡ୍‌ ଏବଂ ତାଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରତିବଦ୍ଧ। କିନ୍ତୁ ଆନ୍ଦୋଳନକାରୀ ଯେପରି ଭାବେ ହିଂସା ଘଟାଉଛନ୍ତି ତାହା ଗ୍ରହଣଯୋଗ୍ୟ ନୁହେଁ।  ଆନ୍ଦୋଳନକାରୀ ଶାନ୍ତିପୂର୍ଣ୍ଣଭାବେ ଆନ୍ଦୋଳନ କରନ୍ତୁ। ଶାନ୍ତିପୂର୍ଣ୍ଣ ଆନ୍ଦୋଳନକୁ ମୁଁ ମଧ୍ୟ ସମର୍ଥନ କରେ। ଆନ୍ଦୋଳନକାରୀ ଆନ୍ଦୋଳନ ବେଳେ ହିଂସାର ପଥ ଆପଣାଉଛନ୍ତି। ଯାହା ଫଳରେ ଦେଶର ସାଧାରଣ ନାଗରିକ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ଟ୍ରମ୍ପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri