ଆମେରିକାର ଋଣ ସୁଝାଇଲା ଭାରତ: ଗହମ ବଦଳରେ ଦେଲା ଔଷଧ

ନୂଆଦିଲ୍ଲୀ,୯।୪: ସମୟ ପ୍ରତି ମୁହୂର୍ତ୍ତରେ ବଦଳି ଚାଲିଛି। ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକା ଆଜି କରୋନା କବଳରେ ପଡି ଯେମିତି ବହୁ ପଛକୁ ଚାଲି ଯାଇଛି। କରୋନା ସଂକ୍ରମଣରେ ଆମେରିକାରେ ପ୍ରତିଦିନ ହଜାର ହଜାର ଲୋକଙ୍କ ମୃତ୍ୟୁ ଏବେ ଚିନ୍ତାର କାରଣ ପାଲଟିଛି। ଏବେ ଏଥିରୁ ରକ୍ଷା ପାଇବାକୁ ଭାରତର ସାହାଯ୍ୟ ଲୋଡିଛି ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତକୁ ଆଣ୍ଟି ମ୍ୟାଲେରିଆ ଡ୍ରଗ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ମାଗିଛନ୍ତି। ଆଉ ଭାରତ ମଧ୍ୟ ଏହା ଯେଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛି। ୧୯୫୧ରୁ ୨୦୨୦ ମଧ୍ୟରେ ଭାରତର ଅର୍ଥ ବ୍ୟବସ୍ଥାରେ ଉନ୍ନତି ଆସିଥିବାରୁ ଏହା ଆଜି ବିଶ୍ୱର ଶକ୍ତିଶାଳୀ ଦେଶକୁ ସାହାଯ୍ୟ କରିବାକୁ ଆଗେଇ ଆସିଛି। କୁହାଯାଏ ୧୯୫୧ରେ ଭାରତରେ ଖାଦ୍ୟଶସ୍ୟର ଅଭାବ ପଡିବାରୁ ସେ ଆମେରିକାର ସାହାଯ୍ୟ ଲୋଡିଥିଲା। ସେତେବେଳେ ଭାରତର ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଆମେରିକା ରାଷ୍ଟ୍ରପତି ହ୍ୟାରି ଏସ୍‌ ଟ୍ରୁମେନଙ୍କୁ ସାହାଯ୍ୟ ମାଗିଥିବା ବେଳେ ଆମେରିକା ପାଖାପାଖି ୨୦ ଲକ୍ଷ ଟନ୍‌ ଗହମ ଭାରତକୁ ଯୋଗାଇ ଦେଇଥିଲା। ଏବେ ୧୯୫୧ରୁ ୨୦୨୦ ଭିତରେ ବହୁତ କିଛି ପରିବର୍ତ୍ତନ ହୋଇଛି। ଭାରତ ଖାଦ୍ୟଶସ୍ୟ ଉତ୍ପାଦନରେ ଆତ୍ମନିର୍ଭରଶୀଳ ହୋଇଥିବା ବେଳେ ଏବେ କରୋନା ସହ ଲଢିବାକୁ ସେ ଆମେରିକାକୁ ବନ୍ଧୁତ୍ୱର ହାତ ବଢାଇଥିବା ବେଳେ ଗହମ ବଦଳରେ ଏବେ ଆଣ୍ଟି ମ୍ୟାଲେରିଆ ଡ୍ରଗ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଯୋଗାଇ ଦେବାକୁ କଥା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri