ଆମେରିକା ବି ମାନିଲା:ପାକିସ୍ତାନରେ ରହୁଛି ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ ଇବ୍ରାହିମ୍‌

ଓ୍ବାଶିଂଟନ୍‌, ୩।୭: ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ ଇବ୍ରାହିମ୍‌ ପାକିସ୍ତାନରେ ହିଁ ଅଛି ବୋଲି ଆମେରିକା ଯାଞ୍ଚ୍‌ ଏଜେନ୍ସି ଏଫବିଆଇ ଲଣ୍ଡନର ଏକ ଅଦାଲତରେ ଦାବି କରିଛି। ଦାଉଦ ପାକିସ୍ତାନରେ ରହୁଥିବାର ସମସ୍ତ ପ୍ରମାଣ ରହିଛି। ସେ କରାଚିରେ ରହି ନିଜ ସଂଗଠନ ଚଳାଉଛନ୍ତି ବୋଲି ଏଫବିଆଇ ଅଭିଯୋଗ କରିଛି। ଦାଉଦର ଖାସ୍‌ ସହଯୋଗୀ ଜାବିର ମୋତିଓ୍ବାଲା ଆମେରିକା ପ୍ରତ୍ୟର୍ପଣ ପାଇଁ ଚେଷ୍ଟା ଚାଲିଥିବାବେଳେ ଆମେରିକା ଓକିଲ ଜନ୍‌ ହାଡି ଲଣ୍ଡନର ଏକ କୋର୍ଟରେ ନିଜ ପକ୍ଷ ରଖି କହିଛନ୍ତି, ଏଫବିଆଇ ନ୍ୟୁୟର୍କରେ ଡି କମ୍ପାନୀର ଲିଙ୍କ୍‌ ବିଷୟରେ ଯାଞ୍ଚ୍‌ କରୁଛି। ଏହି କମ୍ପାନୀର ନେଟଓ୍ବାର୍କ ଭାରତ, ପାକିସ୍ତାନ ଏବଂ ୟୁଏଇକୁ ବ୍ୟାପିଛି। ଏହି କମ୍ପାନୀର ମୁଖ୍ୟ ୧୯୯୩ ମୁମ୍ବାଇ ସିରିଜ ବିସ୍ଫୋରଣର ମାଷ୍ଟର ମାଇଣ୍ଡ ତଥା ଭାରତର ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ଦାଉଦ ଇବ୍ରାହିମ। ଯାଞ୍ଚ୍‌ ପରେ ସବୁ ତଥ୍ୟ ପଦାକୁ ଆସିବ ବୋଲି ଜନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ।…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

ଶନିଙ୍କ ବକ୍ରୀ ଚଳନରେ ୩ ରାଶିଙ୍କ ପାଇଁ ବଢ଼ିପାରେ ସମସ୍ୟା, କର୍ମକ୍ଷେତ୍ରରେ ସମସ୍ୟା ସହ ଚାକିରି…

ବର୍ତ୍ତମାନ ଶନି ଗ୍ରହ ବକ୍ରୀ ଅବସ୍ଥାରେ ମୀନ ରାଶିରେ ରହିଛନ୍ତି। ଜ୍ୟୋତିଷ ମତ ଅନୁସାରେ, ଶନିଙ୍କ ଏହି ସ୍ଥିତି କିଛି ରାଶି ପାଇଁ ଚ୍ୟାଲେଞ୍ଜ ଆଣିପାରେ। ଶନିଙ୍କୁ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ଗଡକରୀଙ୍କ ବୟାନ ପରେ ରାଜନୀତିରେ ହଇଚଇ, ଭୋଟ୍ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୭।୯: କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଦାର ହୋଇଛି । ନାଗପୁରରେ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri