Posted inଜାତୀୟ

ଆମେ ବିନା କାରଣରେ ଲୋକଙ୍କୁ ଜେଲରେ ରଖିବାକୁ ଚାହୁଁନା: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୭।୧ : ମଙ୍ଗଳବାର ଏକ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ଜଷ୍ଟିସ ଏସ.କେ କୌଲ, ଜଷ୍ଟିସ ଏସ ଓକା ଏବଂ ଜେ.ବି ପାରଦୀୱାଲାଙ୍କ ନେତୃତ୍ୱରେ ଏକ ବେଞ୍ଚ କହିଛନ୍ତି, ଅନାବଶ୍ୟକ ଭାବେ ଲୋକଙ୍କୁ ଜେଲରେ ରଖିବାରେ ଆମେ ବିଶ୍ୱାସ କରୁନାହୁଁ। ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ତିନିଜଣ ଛାତ୍ର କାର୍ଯ୍ୟକର୍ତ୍ତାଙ୍କୁ ଦିଆଯାଇଥିବା ଜାମିନ ବିରୋଧରେ ଦିଲ୍ଲୀ ପୋଲିସର ଆବେଦନ ଶୁଣାଣି ବେଳେ ସର୍ବୋଚ୍ଚ ନ୍ୟାୟାଳୟ ଏହି ମନ୍ତବ୍ୟ ଦେଇଛନ୍ତି। ଏହି ସମୟରେ କୋର୍ଟ ଏହା ମଧ୍ୟ କହିଛନ୍ତି ଯେ ଏହି ମାମଲାରେ ଘଣ୍ଟା ଘଣ୍ଟା ଧରି ଜାମିନ ଆବେଦନ ଶୁଣିବାରେ କେବଳ ଦିଲ୍ଲୀ ହାଇକୋର୍ଟଙ୍କର ସମୟ ନଷ୍ଟ ହୋଇଛି।

ସୂଚନାଯୋଗ୍ୟ, ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ବିରୋଧ ସମୟରେ ଗିରଫ ହୋଇଥିବା ଛାତ୍ର କାର୍ଯ୍ୟକର୍ତ୍ତା ନତାଶା ନରୱାଲ, ଦେବଙ୍ଗନା କାଲିତା ଏବଂ ଆସିଫ ଇକବାଲ ତନହାଙ୍କୁ ସାମ୍ପ୍ରଦାୟିକ ହିଂସା ମାମଲାରେ ଦିଲ୍ଲୀ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ। ୧୫ ଜୁନ 1୨୦୨୧ ରେ ହାଇକୋର୍ଟ ଦେଇଥିବା ନିଷ୍ପତ୍ତି ବିରୋଧରେ ଦିଲ୍ଲୀ ପୋଲିସ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ଶୁଣାଣି ସମୟରେ ପ୍ରଥମେ ପୋଲିସ ପକ୍ଷରୁ ହାଜର ହୋଇଥିବା ଆଇନଜୀବୀ ରଜତ ନାୟାର, ଦୁଇ ସପ୍ତାହ ପରେ ଶୁଣାଣି ପାଇଁ ଆବେଦନକୁ ସ୍ଥଗିତ ରଖିବାକୁ ବେଞ୍ଚଙ୍କୁ ଅନୁରୋଧ କରିଥିଲେ। ବେଞ୍ଚ କହିଛନ୍ତି ଯେ ସମ୍ବିଧାନ ଖଣ୍ଡନୀଠରେ ପୂର୍ବରୁ ସୋଲିସିଟର ଜେନେରାଲ ମଧ୍ୟ ସମାନ ପ୍ରସଙ୍ଗ ଉପରେ ଯୁକ୍ତି ଜାରି ରଖିଛନ୍ତି। ଜାନୁଆରୀ ୩୧ ରେ ଏହି ମାମଲାର ଶୁଣାଣି ପାଇଁ ତାଲିକାଭୁକ୍ତ କରାଯାଇଛି ।

ଜାମିନ ମାମଲାରେ ଆତଙ୍କବାଦ ବିରୋଧୀ ଆଇନ ୟୁଏପିଏ ଉପରେ ଆଲୋଚନା କରି ହାଇକୋର୍ଟ ପୂର୍ବରୁ ଅସନ୍ତୋଷ ପ୍ରକାଶ କରିଥିଲେ। ଏହା ମଧ୍ୟ ସ୍ପଷ୍ଟ କରାଯାଇଛି ଯେ ଏହାର ନିଷ୍ପତ୍ତି କୌଣସି ପ୍ରକ୍ରିୟାରେ ଏକ ଉଦାହରଣ ଭାବରେ ବିବେଚନା କରାଯିବ ନାହିଁ ଏବଂ ଉଭୟ ପକ୍ଷଙ୍କ ଉପରେ ଭରସା କରାଯାଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri