Posted inଜାତୀୟ

ଆମେ ବିନା କାରଣରେ ଲୋକଙ୍କୁ ଜେଲରେ ରଖିବାକୁ ଚାହୁଁନା: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୭।୧ : ମଙ୍ଗଳବାର ଏକ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ଜଷ୍ଟିସ ଏସ.କେ କୌଲ, ଜଷ୍ଟିସ ଏସ ଓକା ଏବଂ ଜେ.ବି ପାରଦୀୱାଲାଙ୍କ ନେତୃତ୍ୱରେ ଏକ ବେଞ୍ଚ କହିଛନ୍ତି, ଅନାବଶ୍ୟକ ଭାବେ ଲୋକଙ୍କୁ ଜେଲରେ ରଖିବାରେ ଆମେ ବିଶ୍ୱାସ କରୁନାହୁଁ। ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ତିନିଜଣ ଛାତ୍ର କାର୍ଯ୍ୟକର୍ତ୍ତାଙ୍କୁ ଦିଆଯାଇଥିବା ଜାମିନ ବିରୋଧରେ ଦିଲ୍ଲୀ ପୋଲିସର ଆବେଦନ ଶୁଣାଣି ବେଳେ ସର୍ବୋଚ୍ଚ ନ୍ୟାୟାଳୟ ଏହି ମନ୍ତବ୍ୟ ଦେଇଛନ୍ତି। ଏହି ସମୟରେ କୋର୍ଟ ଏହା ମଧ୍ୟ କହିଛନ୍ତି ଯେ ଏହି ମାମଲାରେ ଘଣ୍ଟା ଘଣ୍ଟା ଧରି ଜାମିନ ଆବେଦନ ଶୁଣିବାରେ କେବଳ ଦିଲ୍ଲୀ ହାଇକୋର୍ଟଙ୍କର ସମୟ ନଷ୍ଟ ହୋଇଛି।

ସୂଚନାଯୋଗ୍ୟ, ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ବିରୋଧ ସମୟରେ ଗିରଫ ହୋଇଥିବା ଛାତ୍ର କାର୍ଯ୍ୟକର୍ତ୍ତା ନତାଶା ନରୱାଲ, ଦେବଙ୍ଗନା କାଲିତା ଏବଂ ଆସିଫ ଇକବାଲ ତନହାଙ୍କୁ ସାମ୍ପ୍ରଦାୟିକ ହିଂସା ମାମଲାରେ ଦିଲ୍ଲୀ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ। ୧୫ ଜୁନ 1୨୦୨୧ ରେ ହାଇକୋର୍ଟ ଦେଇଥିବା ନିଷ୍ପତ୍ତି ବିରୋଧରେ ଦିଲ୍ଲୀ ପୋଲିସ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ଶୁଣାଣି ସମୟରେ ପ୍ରଥମେ ପୋଲିସ ପକ୍ଷରୁ ହାଜର ହୋଇଥିବା ଆଇନଜୀବୀ ରଜତ ନାୟାର, ଦୁଇ ସପ୍ତାହ ପରେ ଶୁଣାଣି ପାଇଁ ଆବେଦନକୁ ସ୍ଥଗିତ ରଖିବାକୁ ବେଞ୍ଚଙ୍କୁ ଅନୁରୋଧ କରିଥିଲେ। ବେଞ୍ଚ କହିଛନ୍ତି ଯେ ସମ୍ବିଧାନ ଖଣ୍ଡନୀଠରେ ପୂର୍ବରୁ ସୋଲିସିଟର ଜେନେରାଲ ମଧ୍ୟ ସମାନ ପ୍ରସଙ୍ଗ ଉପରେ ଯୁକ୍ତି ଜାରି ରଖିଛନ୍ତି। ଜାନୁଆରୀ ୩୧ ରେ ଏହି ମାମଲାର ଶୁଣାଣି ପାଇଁ ତାଲିକାଭୁକ୍ତ କରାଯାଇଛି ।

ଜାମିନ ମାମଲାରେ ଆତଙ୍କବାଦ ବିରୋଧୀ ଆଇନ ୟୁଏପିଏ ଉପରେ ଆଲୋଚନା କରି ହାଇକୋର୍ଟ ପୂର୍ବରୁ ଅସନ୍ତୋଷ ପ୍ରକାଶ କରିଥିଲେ। ଏହା ମଧ୍ୟ ସ୍ପଷ୍ଟ କରାଯାଇଛି ଯେ ଏହାର ନିଷ୍ପତ୍ତି କୌଣସି ପ୍ରକ୍ରିୟାରେ ଏକ ଉଦାହରଣ ଭାବରେ ବିବେଚନା କରାଯିବ ନାହିଁ ଏବଂ ଉଭୟ ପକ୍ଷଙ୍କ ଉପରେ ଭରସା କରାଯାଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri