ଆମ୍ବୁଲାନ୍ସରୁ ତେଲ ସରିବା ଘଟଣା: ସ୍ବାସ୍ଥ୍ୟ ବିଭାଗକୁ ଭାଜପାର କଡ଼ା ସମାଲୋଚନା

ଭୁବନେଶ୍ୱର,୭ା୧୦:(ବ୍ୟୁରୋ) ରାଜ୍ୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି । ବିଭାଗର ଖାମଖିଆଲି ନୀତି ଯୋଗୁ ରୋଗୀସେବା ଅନେକ ସ୍ଥାନରେ ବାଧାପ୍ରାପ୍ତ ହେଉଛି ା ମେଡିକାଲରେ ଡାକ୍ତର ଅଭାବ, ଆବଶ୍ୟକ ଉପକରଣର ଅଭାବ, ଉନ୍ନତମାନର ଔଷଧର ଅଭାବ, ନିମ୍ନମାନର ଚିକିତ୍ସା ଏବଂ ଆମ୍ବୁଲାନ୍ସ ସେବାରେ ବିଭ୍ରାଟ ଯୋଗୁ ରାଜ୍ୟରେ ଅନେକ ରୋଗୀଙ୍କ ଜୀବନ ଯାଉଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ନିକଟରେ ମୟୂରଭଞ୍ଜ ଜିଲା ବାଙ୍ଗିରୀପୋଷି ବ୍ଲକର ହାଣଦା ଗ୍ରାମର ଚିତ୍ତରଞ୍ଜନ ମୁଣ୍ଡାଙ୍କ ପତ୍ନୀ ତୁଳସୀ ମୁଣ୍ଡାଙ୍କ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଯିବା ରାସ୍ତାରେ ମୃତ୍ୟୁ ହୋଇଥିଲା। ସେହିଦିନ ତୁଳସୀଙ୍କୁ ନେଉଥିବା ଆମ୍ବୁଲାନ୍ସରୁ ବାଟରେ ତେଲ ସରିବା କାରଣରୁ ଏପରି ହୋଇଥିବା ଜଣାପଡ଼ିଥିଲା।
ରବିବାର ମୟୂରଭଞ୍ଜ ଏମ୍‌ପି ବିଶ୍ୱେଶ୍ୱର ଟୁଡୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମୃତକ ତୁଳସୀ ମୁଣ୍ଡାଙ୍କ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ଏହା ପରେ ଏମ୍‌ପି ଟୁଡୁ ବାଙ୍ଗିରୀପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଯାଇ ଡାକ୍ତରଙ୍କ ସହ ଘଟଣା ନେଇ ଆଲୋଚନା କରିଥିବା ଜଣାପଡ଼ିଛି। ଟୁଡୁ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ’ମୋ ସରକାର’ କାର୍ଯ୍ୟକ୍ରମରେ ଲୋକ ହିଁ ପ୍ରକୃତ ମାଲିକ ବୋଲି କହୁଛନ୍ତି। ମାତ୍ର ବାଙ୍ଗିରୀପୋଷି ଡାକ୍ତରଖାନାରେ ପ୍ରସବ କରାଇବା ପାଇଁ ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର ନାହାନ୍ତି। ୬ ଡାକ୍ତର ପଦବୀରୁ ୨ ଜଣ କାର୍ଯ୍ୟ କରୁଛନ୍ତି। ରାଜସ୍ବମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ନିର୍ବାଚନମଣ୍ଡଳୀରେ ଏଭଳି ସ୍ଥିତି ଦେଖାଦେବା ନିନ୍ଦନୀୟ ଘଟଣା। ତେଣୁ ସରକାର ତୁରନ୍ତ ମୃତକ ତୁଳସୀଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଟୁଡୁ ଦାବି କରିଛନ୍ତି। ଏମ୍‌ପିଙ୍କ ସମେତ ସେହି ପ୍ରତିନିଧି ଦଳରେ ସ୍ଥାନୀୟ ନେତା ସୁକୁଡା ମୁର୍ମୁ, ଜିଲା ସଭାପତି ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ଦୋଳ ଗୋବିନ୍ଦ ବେହେରା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri