ଆମ୍ବୁଲାନ୍ସରୁ ତେଲ ସରିବା ଘଟଣା: ସ୍ବାସ୍ଥ୍ୟ ବିଭାଗକୁ ଭାଜପାର କଡ଼ା ସମାଲୋଚନା

ଭୁବନେଶ୍ୱର,୭ା୧୦:(ବ୍ୟୁରୋ) ରାଜ୍ୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି । ବିଭାଗର ଖାମଖିଆଲି ନୀତି ଯୋଗୁ ରୋଗୀସେବା ଅନେକ ସ୍ଥାନରେ ବାଧାପ୍ରାପ୍ତ ହେଉଛି ା ମେଡିକାଲରେ ଡାକ୍ତର ଅଭାବ, ଆବଶ୍ୟକ ଉପକରଣର ଅଭାବ, ଉନ୍ନତମାନର ଔଷଧର ଅଭାବ, ନିମ୍ନମାନର ଚିକିତ୍ସା ଏବଂ ଆମ୍ବୁଲାନ୍ସ ସେବାରେ ବିଭ୍ରାଟ ଯୋଗୁ ରାଜ୍ୟରେ ଅନେକ ରୋଗୀଙ୍କ ଜୀବନ ଯାଉଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ନିକଟରେ ମୟୂରଭଞ୍ଜ ଜିଲା ବାଙ୍ଗିରୀପୋଷି ବ୍ଲକର ହାଣଦା ଗ୍ରାମର ଚିତ୍ତରଞ୍ଜନ ମୁଣ୍ଡାଙ୍କ ପତ୍ନୀ ତୁଳସୀ ମୁଣ୍ଡାଙ୍କ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଯିବା ରାସ୍ତାରେ ମୃତ୍ୟୁ ହୋଇଥିଲା। ସେହିଦିନ ତୁଳସୀଙ୍କୁ ନେଉଥିବା ଆମ୍ବୁଲାନ୍ସରୁ ବାଟରେ ତେଲ ସରିବା କାରଣରୁ ଏପରି ହୋଇଥିବା ଜଣାପଡ଼ିଥିଲା।
ରବିବାର ମୟୂରଭଞ୍ଜ ଏମ୍‌ପି ବିଶ୍ୱେଶ୍ୱର ଟୁଡୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମୃତକ ତୁଳସୀ ମୁଣ୍ଡାଙ୍କ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ଏହା ପରେ ଏମ୍‌ପି ଟୁଡୁ ବାଙ୍ଗିରୀପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଯାଇ ଡାକ୍ତରଙ୍କ ସହ ଘଟଣା ନେଇ ଆଲୋଚନା କରିଥିବା ଜଣାପଡ଼ିଛି। ଟୁଡୁ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ’ମୋ ସରକାର’ କାର୍ଯ୍ୟକ୍ରମରେ ଲୋକ ହିଁ ପ୍ରକୃତ ମାଲିକ ବୋଲି କହୁଛନ୍ତି। ମାତ୍ର ବାଙ୍ଗିରୀପୋଷି ଡାକ୍ତରଖାନାରେ ପ୍ରସବ କରାଇବା ପାଇଁ ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର ନାହାନ୍ତି। ୬ ଡାକ୍ତର ପଦବୀରୁ ୨ ଜଣ କାର୍ଯ୍ୟ କରୁଛନ୍ତି। ରାଜସ୍ବମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ନିର୍ବାଚନମଣ୍ଡଳୀରେ ଏଭଳି ସ୍ଥିତି ଦେଖାଦେବା ନିନ୍ଦନୀୟ ଘଟଣା। ତେଣୁ ସରକାର ତୁରନ୍ତ ମୃତକ ତୁଳସୀଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଟୁଡୁ ଦାବି କରିଛନ୍ତି। ଏମ୍‌ପିଙ୍କ ସମେତ ସେହି ପ୍ରତିନିଧି ଦଳରେ ସ୍ଥାନୀୟ ନେତା ସୁକୁଡା ମୁର୍ମୁ, ଜିଲା ସଭାପତି ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ଦୋଳ ଗୋବିନ୍ଦ ବେହେରା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri