ଆମ୍ବୁଲାନ୍ସରେ ପ୍ରସବ କଲେ କ୍ୱାରାଣ୍ଟାଇନ୍‌ ସେଣ୍ଟରର ପ୍ରବାସୀ ମହିଳା

ବ୍ରହ୍ମପୁର ଅଫିସ,୧୪ା୫: ଗଞ୍ଜାମରେ ପ୍ରବାସୀ ଓଡ଼ିଆଙ୍କ ଯୋଗୁ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟର କୋଣ ଅନୁକୋଣରେ ଏବେ ପ୍ରବାସୀମାନେ ପ୍ରବଳ ସମସ୍ୟାରେ ଥିବା ବେଳେ ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କୋଦଳା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ଗର୍ଭବତୀ ପ୍ରବାସୀ ମହିଳାଙ୍କ କ୍ଷେତ୍ରରେ। ମହିଳା ଜଣକ କୋଦଳା କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ବୁଧବାର ସାରେ ପ୍ରସବ ଯନ୍ତ୍ରଣା ଅନୁଭବ କରିଥିଲେ । ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ ଘଟିଥିଲା। ରାତି ୧୧ ଟା ବେଳକୁ ଗର୍ଭବତୀ ମହିଳାଙ୍କୁ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି)ମେଡିକାଲକୁ ରେଫର କରାଯାଇଥିଲା । ମେଡିକାଲ ଆସିବା ବାଟରେ ମହିଳା ଜଣକ ପ୍ରସବ କରିଥିଲେ। ରାତ୍ର ସାଢ଼େ ୧୨ ଟା ବେଳେ ପ୍ରସୂତି ଓ ତାଙ୍କ ନବଜାତ ଶିଶୁପୁତ୍ରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା ବୋଲି ଏମ୍‌କେସିଜି ମେଡିକାଲ ଅଧୀକ୍ଷକ ପ୍ରଫେସର ଡ. ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି। ଏବେ ଉଭୟ ପ୍ରସୂତି ଓ ତାଙ୍କ ଶିଶୁ ମେଡିକାଲ କାଜୁଆଲଟିରେ ଥିବା ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ କକ୍ଷରେ ଚିକିତ୍ସିତ ହେଉଛନ୍ତି। ଉଭୟ ମା’ ଓ ଶିଶୁ ସୁସ୍ଥ ଥିବା ବେଳେ ସେଠାରେ କାର୍ଯ୍ୟରତ ଡାକ୍ତରମାନେ ସେମାନଙ୍କର ଉପଯୁକ୍ତ ଯତ୍ନ ନେଉଛନ୍ତି ବୋଲି ସେ କହିଛନ୍ତି। ସେହିପରି ଉକ୍ତ ପ୍ରସୂତିଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିବା ବେଳେ ଗୁରୁବାର ତାହା ପରୀକ୍ଷା କରାଯିବ ବୋଲି ସେ କହିଛନ୍ତି । ଅନ୍ୟପଟେ ବୁଧବାର ଜିଲାର ସିତଳାପଲି କୋଭିଡ଼-୧୯ ହସ୍ପିଟାଲରେ ଥିବା ଜଣେ କରୋନା ପଜିଟିଭ୍‌ ଗର୍ଭବତୀ ଏମ୍‌କେସିଜି ମେଡିକାଲରେ ଯାଆଁଳା ଶିଶୁ ଜନ୍ମ ଦେଇଥିଲେ। କିଛି ସମୟ ପରେ ଶିଶୁପୁତ୍ରଟିର ମୃତ୍ୟୁ ଘଟିଥିଲା। ମା’ ଓ ଶିଶୁକନ୍ୟା ଏବେ ସୁସ୍ଥ ଥିବାରୁ ତାଙ୍କୁ ଗୁରୁବାର ସନ୍ଧ୍ୟାରେ ସିତଳାପଲି କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ ବୋଲି ଅଧୀକ୍ଷକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri