ଆମ୍ବୁଲାନ୍ସ ଗଲାନି, ବୁହାହେଲେ ଗର୍ଭବତୀ

ଫୁଲବାଣୀ ଅଫିସ, ୧୫ା୯ -ଫୁଲବାଣୀ ବ୍ଲକ ଦଡକି ପଞ୍ଚାୟତର ଦୁବଗଡ ପିପଳସାହିରେ ଏକ ରାସ୍ତା ଅବରୋଧକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ନିଜସ୍ବ ସ୍ଥାନରେ ରାସ୍ତା ଅଛି ବୋଲି ପଟ୍ଟାଧାରୀ କହୁଥିବାବେଳେ ଗ୍ରାମବାସୀ ଏହାକୁ ବିରୋଧ କରୁଛନ୍ତି। ରାସ୍ତା ଅବରୋଧ ପାଇଁ ମୁହାଁମୁହିଁ ପରିସ୍ଥିତି ଲାଗି ରହିଥିବା ବେଳେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତା ଅବରୋଧ ଯୋଗୁ ଆମ୍ବୁଲାନ୍ସ ଗ୍ରାମକୁ ଯାଇ ପାରିନହିଁ। ଫଳରେ ଗ୍ରାମବାସୀ ମହିଳାଙ୍କୁ ଷ୍ଟ୍ରେଚରରେ ପ୍ରାୟ ଦେଢ଼ କିମି ବୋହି ଆଣି ଆମ୍ବୁଲାନ୍ସରେ ଫୁଲବାଣୀ ମେଡିକାଲ ପଠାଇଛନ୍ତି।
ସୂଚନା ଅନୁଯାୟୀ, ବେଣାକେରା ଗ୍ରାମର ଇସ୍‌ପିତା ବେହେରା ୮ ମାସର ଗର୍ଭବତୀ ଅଛନ୍ତି। ଶନିବାର ଦେହ ଖରାପ ହେବାରୁ ଆମ୍ବୁଲାନ୍ସକୁ ଯୋଗଯୋଗ କରାଯାଇଥିଲା। ଆମ୍ବୁଲାନ୍ସ ଗ୍ରାମକୁ ଗଲାବେଳକୁ ସେଠାରେ ରାସ୍ତା ଅବରୋଧ ଯୋଗୁ ଅଟକି ରହିଥିଲା। ଉପାୟ ନ ପାଇ ଆମ୍ବୁଲାନ୍ସ ଅନ୍ୟଏକ ରାସ୍ତା ଗାଗଡପଦର ଦେଇ ଗ୍ରାମର ଅନ୍ୟ ପଟକୁ ଯାଇଥିଲା। ଗ୍ରାମବାସୀ ଷ୍ଟ୍ରେଚର ନେଇ ପ୍ରାୟ ଦେଢ଼ କିମି ବିଲ ହିଡ ଏବଂ ପାହାଡ ରାସ୍ତାରେ ଗର୍ଭବତୀଙ୍କୁ ଆଣିଥିଲେ। ଯାହାକୁ ନେଇ ଏବେ ଗ୍ରାମରେ ଚାପା ଉତ୍ତେଜନା ଦେଖା ଦେଇଛି। ସୂଚନାଯୋଗ୍ୟ, ପିପଳସାହି ବାସିନ୍ଦା ଧ୍ୱଜ ବେହେରାଙ୍କ ୩ ଏକର ଜାଗା ରହିଛି। ଏହି ଜାଗାକୁ ଲାଗି ଏକ ସରକାରୀ ଜାଗା ଅଛି। ସେହି ସ୍ଥାନରେ ସେ ଗଛ ଲଗାଇବାକୁ ଉଦ୍ୟମ କରିବାରୁ ଗ୍ରାମବାସୀ ବିରୋଧ କରିଥିଲେ। ଗ୍ରାମବାସୀଙ୍କ କହିବା ଅନୁସାରେ ତାହା ସରକାରୀ ଜାଗା ଓ ସେଠାରେ ପିଲାମାନେ ଖେଳନ୍ତି। ଏହି ବିବାଦକୁ ନେଇ ଗ୍ରାମବାସୀ ବହୁବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ତହସିଲଦାର ଆରଆଇଙ୍କୁ ପଠାଇ ସରକାରୀ ସ୍ଥାନ ଚିହ୍ନଟ କରିଥିଲେ। ହେଲେ ପୁଣି ତାହାକୁ ଜବରଦଖଲ କରାଯାଇଛି। ଧ୍ୱଜଙ୍କ କହିବା ଅନୁସାରେ ରାସ୍ତା ପଟ୍ଟା ଜମିର ଅଂଶ। ଅନ୍ୟପକ୍ଷରେ ଉପ ଜିଲାପାଳ ବୀରେନ୍ଦ୍ର କୁମାର ଦାସ ଗ୍ରାମବାସୀ ସେହି ରାସ୍ତା ବ୍ୟବହାର କରି ଆସୁଛନ୍ତି। ଅନ୍ୟ କୌଣସି ବିକଳ୍ପ ରାସ୍ତା ନାହିଁ। ତେଣୁ ରାସ୍ତା ଅବରୋଧ କରାଯାଇ ପାରିବ ନାହିଁ। ତହସିଲଦାରଙ୍କୁ ଉକ୍ତ ରାସ୍ତା ଅବରୋଧ ହଟାଇବା ସହ ଏହାର ସ୍ଥାୟୀ ସମାଧାନ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିବା କହିଥିଲେ। ହେଲେ ୨୪ ଘଣ୍ଟା ବିତି ଯାଇଥିଲେ ହେଁ କିଛ ପଦକ୍ଷେପ ନିଆଯାଇ ନ ଥିବାରୁ ଏଭଳି ଅଭାବନୀୟ ଘଟଣା ଘଟିଲା ବୋଲି ବୁଦ୍ଧିଜୀବୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?