ଆମ୍ବୁଲାନ୍ସ ଚକା ଖରାପ ଯୋଗୁ ଅଧଘଣ୍ଟା ବିଳମ୍ବରେ ଡାକ୍ତରଖାନାରେ ପହଞ୍ଚିଲେ ରୋଗୀ

ମୁନିଗୁଡ଼ା,୩।୧୧(ଡି.ଏନ.ଏ.): ୧୦୮ ଆମ୍ବୁଲାନ୍ସକୁ ନେଇ ରାୟଗଡା ଜିଲାରେ ଅନେକ ଥର ଅବ୍ୟବସ୍ଥା ଦେଖା ଦେଇଥିବା ବେଳେ ରବିବାର ପୁଣି ଏକ ଚିତ୍ର ସାମ୍ନାକୁ ଆସିଛି । ଜିଲାର ମୁନିଗୁଡ଼ା ବ୍ଲକ ମଧୁମୁଣ୍ଡା ଗ୍ରାମର ଲୋଟି ସାରକା (୩୫) ଅନେକ ଦିନ ଧରି ଜ୍ବରରେ ପୀଡିତ ଥିଲେ। ଆଜି ତାଙ୍କ ଦେହ ଅଧିକ ଅସୁସ୍ଥ ହେବାରୁ ମୁନିଗୁଡ଼ା ଡାକ୍ତରଖାନା ଯିବା ପାଇଁ ୧୦୮ ଆମ୍ବୁଲାନ୍ସକୁ ଡାକିଥିଲେ। ଆମ୍ବୁଲାନ୍ସ ମଧ୍ୟ ଆସିଥିଲା । ମାତ୍ର ଡାକ୍ତରଖାନା ଯିବା ସମୟରେ ଅଧା ରାସ୍ତାରେ ତଥା କୁଟ୍ରାଗଡ଼ ଗ୍ରାମ ନିକଟରେ ଆମ୍ବୁଲାନ୍ସ ଚକ ପଙ୍କଚର୍‌ ହୋଇଯାଇଥିଲା। ଫଳରେ ଅଧାଘଣ୍ଟା ଧରି ରୋଗୀ ଓ ସମ୍ପର୍କୀୟ ରାସ୍ତାକଡ଼ରେ ଅଟକି ରହିଥିଲେ ।
ତେବେ ପରିତାପର ବିଷୟ ହେଉଛି ଆମ୍ବୁଲାନ୍ସରେ ଥିବା ଷ୍ଟେଫିନ ଚକର ଅବସ୍ଥା ଏପରି ଥିଲା ଯେ ତାହା ବଦଳାଯାଇ ପାରିବା କଷ୍ଟକର ଥିଲା। ତେବେ ରୋଗୀ ଓ ସମ୍ପର୍କୀୟ କୌଣସି ଉପାୟ ନ ଥିବାରୁ ବାଧ୍ୟ ହୋଇ ୩୦ ମିନିଟ ଅନ୍ୟ ଆମ୍ବୁଲାନ୍ସକୁ ଅପେକ୍ଷା କରିଥିଲେ। ଶେଷରେ ଅନ୍ୟ ଏକ ଆମ୍ବୁଲାନ୍ସ ଆସିବା ପରେ ରୋଗୀ ଜଣକ ଡାକ୍ତରଖାନାରେ ପହଞ୍ଚିଥିଲେ । ଏ ନେଇ ଜନସାଧାରଣ ଅସନ୍ତୋଷ ପ୍ରକାଶ କରିବା ସହ ସରକାର ଶୀଘ୍ର ଏପରି ସମସ୍ୟାକୁ ଗୁରୁତ୍ୱର ସହ ନେଇ ଏହାର ସମାଧାନ କରିବାକୁ ଦାବି କରିଛନ୍ତି ।
ସୂଚନାଥାଉକି, ଗତ କିଛି ଦିନ ତଳେ ଠିକ୍‌ ଏହିପରି ଭାବେ ଜିଲାର କଲ୍ୟାଣସିଂପୁରଠାରେ ଆମ୍ବୁଲାନ୍ସର ଚକ ପଙ୍କଚର ଯୋଗୁ ବିଳମ୍ବରେ ରୋଗୀ ଜଣକ ଡାକ୍ତରଖାନାରେ ପହଞ୍ଚିବା କାରଣରୁ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri