Posted inଜାତୀୟ

ଆମ୍ବୁଲାନ୍ସ ନ ମିଳିବାରୁ ମରାଠି କଳାକାରଙ୍କ ସହ ନବଜାତକର ମୃତ୍ୟୁ

ମୁମ୍ବାଇ,୨୨।୧୦: ଦୁର୍ଗମ ଅଞ୍ଚଳରେ ଆମ୍ବୁଲାନ୍ସ ନ ମିଳିବା ରୋଗୀ ବା ଗର୍ଭବତୀ ଖଟିଆରେ ବୁହାହେବା ଅବା ଚାଲି ଚାଲି ହସ୍ପିଟାଲ ଯିବା ଖବର ଦେଖିବାକୁ ମିଳିଛି। ହେଲେ ରବିବାର ମୁମ୍ବାଇରୁ ପ୍ରାୟ ୬ଶହ କିଲୋମିଟର ଦୂର ହିଂଗୋଲି ଜିଲାରେ ଜଣେ ମରାଠି କଳାକାର ଓ ତାଙ୍କ ନବଜାତକଙ୍କ ମୃତ୍ୟୁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସୂଚନା ଅନୁଯାୟୀ, ୨୫ ବର୍ଷୀୟା ପୂଜା ଜୁଜଂର ରବିବାର ଗର୍ଭ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କ ପରିବାର ଲୋକେ ତାଙ୍କୁ ଗୋରେଗାଓଁ ପ୍ରାଇମେରି ହେଲ୍‌ଥ ସେଣ୍ଟରରେ ଭର୍ତ୍ତି କରିଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ହିଂଗୋଲି ସିଭିଲ ହସ୍ପିଟାଲକୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦେଇଥିଲେ। ଏହାପରେ ପୂଜାଙ୍କ ପରିବାର ଲୋକେ ଏକ ଆମ୍ବୁଲାନ୍ସର ବ୍ୟବସ୍ଥା କରିବାକୁ ବହୁ ସମୟ ଲାଗି ଯାଇଥିଲା। ଶେଷରେ ଏକ ପ୍ରାଇଭେଟ ଆମ୍ବୁଲାନ୍ସରେ ତାଙ୍କୁ ସ୍ଥାନାନ୍ତର କରାଯାଉଥିବା ସମୟରେ ବାଟରେ ହିଁ ପୂଜା ଓ ତାଙ୍କ ନବଜାତ ଶିଶୁଙ୍କର ମୃତ୍ୟୁ ହୋଇଥିଲା। ଏବେ ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି ଯଦି ଠିକ୍‌ ସମୟରେ ଆମ୍ବୁ୍‌ଲାନ୍ସ ମିଳିଯାଇଥାଆନ୍ତା ତେବେ ପୂଜା ଓ ତାଙ୍କ ସନ୍ତାନ ବଞ୍ଚିଯାଇଥାଆନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri