ଆମ୍ବ ତୋଳିବା କାଳ ହେଲା: ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଦମ୍ପତି ମୃତ

ଫିରିଙ୍ଗିଆ,୨୨।୫: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ବନ୍ଧଗଡ଼ ପଞ୍ଚାୟତ ସାଦୁରୁମୁଣ୍ଡା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିବାରୁ ଏକ ଦମ୍ପତ୍ତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଦଶରଥି ଭୁକ୍ତା ଓ ସ୍ତ୍ରୀ ସରୋଜିନୀ ଭୁକ୍ତା। ଉଭୟ ରାସ୍ତା ପାର୍ଶ୍ୱରେ ଥିବା ଆମ୍ବ ଗଛରୁ ଆମ୍ବ ତୋଳିବା ଲାଗି ଯାଇଥିଲେ। ସେଠାରେ ଏକ ବାଉଁଶ ବାଡ଼ି ଯୋଗେ ସରୋଜିନୀ ଆମ୍ବ ତୋଳୁଥିବା ବେଳେ ଉପରେ ଥିବା ଏକ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇଥିବା ଦଶରଥିଙ୍କୁ ମଧ୍ୟ ବିଦ୍ୟୁତ୍‌ ଆଘାତ ଦେଇଥିଲା। ଉଭୟଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri