‘ଆମ ମାଟିର କଳା-୨୦୧୯’ ମହୋତ୍ସବ ପାଳିତ: କଳାକାର ସଂସ୍କୃତିର ଶ୍ରେଷ୍ଠ ବିନ୍ଧାଣି

ଭୁବନେଶ୍ୱର,୩।୮(ବ୍ୟୁରୋ): କଳାର ପ୍ରଚାରପ୍ରସାର ସହିତ କଳାକାରକୁ ଉପଯୁକ୍ତ ସମ୍ମାନ ମିଳିବା ଆବଶ୍ୟକ। କଳାକାର ହେଉଛନ୍ତି ସଂସ୍କୃତିର ଶ୍ରେଷ୍ଠ ବିନ୍ଧାଣୀ ବୋଲି ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଶୁକ୍ରବାର ପ୍ରକାଶ କରିଛନ୍ତି। ଶୁକ୍ରବାର ସ୍ଥାନୀୟ ସୁଚନା ଭବନରେ ଆୟୋଜିତ ‘ଆମ ମାଟିର କଳା-୨୦୧୯’ ଉତ୍ସବରେ ଯୋଗ ଦେଇ ସେ ଏହା ପ୍ରକାଶ କରିଛନ୍ତି। ରୁମକୁ ଝୁମା ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମଟି ୨ଟି ପର୍ଯ୍ୟାୟରେ ହୋଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମତ୍ସ୍ୟ, ପଶୁସମ୍ପଦ ବିଭାଗ ମନ୍ତ୍ରୀ ଅରୁଣ କୁମାର ସାହୁ, ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର, ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ପଦ୍ମଶ୍ରୀ ଦେବୀପ୍ରସନ୍ନ ପଟ୍ଟନାୟକ, ଶିଶୁ ସୁରକ୍ଷା ଆୟୋଗର ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ, ପ୍ରଭାସ ସିଂ, କବି ହୁସେନ୍‌ ରବି ଗାନ୍ଧୀ, ଗୁରୁ ରାମହରି ଦାସ ପ୍ରମୁଖ ଯୋଗ ଦେଇଥିଲେ।
ଏହି ଅବସରରେ କଳା, ସାହିତ୍ୟ ଓ ସଂସ୍କୃତି ଓ ପରମ୍ପରା ଉପରେ ଆଲୋଚନା ହେବା ସହ ଓଡ଼ିଶାର ବିଭିନ୍ନକ୍ଷେତ୍ରରେ କୃତୀତ୍ୱ ଲାଭ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାସହିତ ଓଡ଼ିଆ ସ୍ବାଭିମାନ ପାଇଁ ଯେଉଁ ବୀରପୁତ୍ରମାନେ ନିଜ ଜୀବନକୁ ଉତ୍ସର୍ଗୀକୃତ କରିଛନ୍ତି, ସେମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ସ୍ମରଣିକା ‘ସ୍ଥାପନା’ ଉନ୍ମୋଚିତ ହୋଇଥିଲା। ଏହି ଅବସରରେ ବରଗଡ଼, ରାୟଗଡ଼ା, କଳାହାଣ୍ଡି, ସମ୍ବଲପୁର, ଦେବଗଡ, ଅନୁଗୁଳ, କଟରୁ ବହୁ କଳାକାର ପାରମ୍ପରିକ ନୃତ୍ୟସଙ୍ଗୀତ ପରିବେଷଣ କରିଥିଲେ। ଡ. ମୃତ୍ୟୁଞ୍ଜୟ ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri