Posted inଜାତୀୟ

ଆରଜେଡି ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ହଙ୍ଗାମା

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀରେ ଆରଜେଡିର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ହଙ୍ଗାମା ସୃଷ୍ଟି ହୋଇଛି। ରବିବାର ଆରଜେଡି ନେତା ତଥା ବିହାର ମନ୍ତ୍ରୀ ତେଜ ପ୍ରତାପ ଯାଦବ ଦଳର ଜାତୀୟ କାର୍ଯ୍ୟକାରିଣୀ ବୈଠକରୁ ରାଗି ପଳାଯାଇଛନ୍ତି। ଦଳର ବରିଷ୍ଠ ନେତା ଶ୍ୟାମ ରାଜକ ତାଙ୍କ ଭଉଣୀ ଏବଂ ପିଏ କୁ ଦୁର୍ବ୍ୟବହାର କରିଛନ୍ତି ସେ ଅଭିଯୋଗ କରିଛନ୍ତି।
ବିହାରର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ତେଜ ପ୍ରତାପ ଯାଦବ କହିଛନ୍ତି, ଯେତେବେଳେ ମୁଁ ଏହି କାର୍ଯ୍ୟକ୍ରମ ବିଷୟରେ ପଚାରିଲି, ଶ୍ୟାମ ରାଜକ ମୋତେ, ମୋର ବ୍ୟକ୍ତିଗତ ସହାୟକ ଏବଂ ମୋ ଭଉଣୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହାର ଅଡିଓ ମଧ୍ୟ ଅଛି, ମୁଁ ଏହାକୁ ମୋ ପେଜ୍‌ରେ ପୋଷ୍ଟ କରିବି। ଶ୍ୟାମ ରାଜକ ଆରଏସଏସ ଏବଂ ଭାଜପାର ଏଜେଣ୍ଟ। ଏଭଳି ଏଜେଣ୍ଟମାନଙ୍କୁ ସଂଗଠନ ହଟାଇବା ଉଚିତ୍‌।
ତେଜ ପ୍ରତାପ ଯାଦବଙ୍କ ଅଭିଯୋଗ ପରେ ଶ୍ୟାମ ରାଜକ ମଧ୍ୟ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ, ସାମର୍ଥ୍ୟ ଥିବା ବ୍ୟକ୍ତି ସବୁକିଛି କହିବାର ଅଧିକାର ଅଛି। ମୁଁ ଦଳିତ ସମ୍ପ୍ରଦାୟର। ସେମାନେ ଯାହା କହୁଛନ୍ତି ସେମାନେ ନିଜ ସାମର୍ଥ୍ୟ ଆଧାରରେ କହୁଛନ୍ତି। ଏହି ଘଟଣା ପରେ ଶ୍ୟାମ ରାଜକ ବେହୋଶ ହୋଇଯାଇଥିଲେ। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଅକ୍ଟୋବର ୯ରୁ ଦୁଇ ଦିନିଆ ଆରଜେଡି ଜାତୀୟ କାର୍ଯ୍ୟକାରିଣୀ ବୈଠକ ନୂଆଦିଲ୍ଲୀରେ ଆରମ୍ଭ ହୋଇଛି। ଏଥିରେ ୨୪ଟି ରାଜ୍ୟର ପଦାଧିକାରୀ ଏବଂ ପ୍ରାୟ ୩୦୦୦ ଆରଜେଡି କର୍ମୀ ଏବଂ ନେତା ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri