ଆରଟିଓ କାର୍ଯ୍ୟାଳୟ ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ

ଚଣ୍ଡିଖୋଲ,୪ା୧୦(ଡି.ଏନ୍‌.ଏ.): ରାଜ୍ୟରେ ଥିବା ସମସ୍ତ ଆରଟିଓ(ରିଜିଓନାଲ ଟ୍ରାନ୍ସପୋର୍ଟ ଅଫିସ) କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ଆର୍‌ଟିଓ କାର୍ଯ୍ୟାଳୟ ଚତୁଃପାର୍ଶ୍ୱରେ ଦଲାଲମାନଙ୍କ ଦ୍ୱାରା ପ୍ରତିଷ୍ଠା କରାଯାଇଥିବା ଚାଳିଆ ଘର ଉଚ୍ଛେଦ କରାଯିବା ସହ ଦଲାଲ ମୁକ୍ତ କରିବା ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହାକୁ ନେଇ ଯାଜପୁର ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଗୁରୁବାର ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ଏସ୍‌ପି ଚରଣ ସିଂ ମିନାଙ୍କ ଉପସ୍ଥିତିରେ ଚଣ୍ଡିଖୋଲ ଆରଟିଓ କାର୍ଯ୍ୟାଳୟ ଚତୁଃପାର୍ଶ୍ୱରୁ ଦଲାଲମାନଙ୍କର ଅସ୍ଥାୟୀ ଘରଗୁଡ଼ିକୁ ଭଙ୍ଗା ଯାଇଛି। ଏପରିକି ଆରଟିଓ କାର୍ଯ୍ୟାଳୟ ସମ୍ମୁଖରେ ଜବରଦଖଲ କରିଥିବା ଛୋଟ ଛୋଟ ଦୋକାନୀଙ୍କ କ୍ୟାବିନ ଓ ଅସ୍ଥାୟୀ ଘରଗୁଡ଼ିକୁ ମଧ୍ୟ ଉଚ୍ଛେଦ କରାଯାଇଛି। କାର୍ଯ୍ୟାଳୟଠାରୁ ୨ଶହ ମିଟର ପର୍ଯ୍ୟନ୍ତ ଗଢି ଉଠିଥିବା ବେଆଇନ ଜବରଦଖଲକୁ ଜେସିବି ସହାୟତାରେ ଭଙ୍ଗା ଯାଇଥିଲା। ଏହି ଉଚ୍ଛେଦ ବେଳେ ଜିଲାପାଳଓ ଏସ୍‌ପିଙ୍କ ସହ ଉପ-ଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ବଡ଼ଚଣା ଥାନା ଅଧିକାରୀ ଦୀପକ କୁମାର ଜେନାଙ୍କ ସମେତ ଏକ ପ୍ଲାଟୁନ ପୋଲିସ ବାହିନୀ ଉପସ୍ଥିତ ଥିଲେ। ତେବେ ଜବର ଦଖଲ ଉଚ୍ଛେଦ ହୋଇଥିବା ସ୍ଥାନରେ ଗଛ ଲଗାଇବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri