ଆରଡ଼ିରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

ଆରଡି, ୨୭ା୧୧(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡିକୁ ପ୍ଲାଷ୍ଟିକ ମୁକ୍ତ କରିବାକୁ ପ୍ରୟାସ ଜାରି ରହିଛି ା ମଙ୍ଗଳବାର ପୂର୍ବାହ୍ଣରେ ଏହି ଉପଲକ୍ଷେ ଏକ ସଚେତନତା ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ଜିଲା ଜଜ କୋର୍ଟର ବିଚାରପତି ଏସ.କେ. ରଥ ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ ା ତାଙ୍କ ସହ ଭଦ୍ରକ ଉପଜିଲାପାଳ ତଥା ମ୍ୟାନେଜିଂ ଟ୍ରଷ୍ଟି ପୀତାମ୍ବର ସାମଲ ସମାରୋହରେ ଯୋଗ ଦେଇଥିଲେ ା
ଆରଡି ବସ୍‌ଷ୍ଟାଣ୍ଡରୁ ସରପଞ୍ଚ ଅରବିନ୍ଦ ପାଢୀଙ୍କ ନେତୃତ୍ୱରେ ପଞ୍ଚାୟତର ଶହଶହ ବ୍ୟକ୍ତି, ଅଙ୍ଗନଓାଡି କର୍ମୀ, ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା, ଆଖଣ୍ଡଳମଣି ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର, ସ୍ଥାନୀୟ ବାବାମଣି ଡିଗ୍ରୀ କଲେଜ, ଆଖଣ୍ଡଳମଣି ମହାବିଦ୍ୟାଳୟର ଛାତ୍ରୀଛାତ୍ର ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା କରିି ଜନସଚେତନତା ସୃଷ୍ଟି କରିଥିଲେ ା ଆରଡି ପୀଠକୁ ପ୍ଲାଷ୍ଟିକ ମୁକ୍ତ ରଖିବା ଲାଗି ସ୍ଥାନୀୟ ଜନସାଧାରଣ, ବ୍ୟବସାୟୀ ଓ ଶ୍ରଦ୍ଧାଳୁମାନଙ୍କର ସହଯୋଗ ଆବଶ୍ୟକ ବୋଲି ଉଦ୍‌ଘାଟକ କହିଥିଲେ ା ପୀଠକୁ କେବଳ ପ୍ଲାଷ୍ଟିକ ମୁକ୍ତ ନୁହେଁ ଏହାକୁ ପରିଷ୍କାର ପରିଚ୍ଛନ୍ନ ରଖିବାକୁ ସମସ୍ତେ ଶପଥ ନେବା ଆବଶ୍ୟକ ବୋଲି ଉପଜିଲାପାଳ କହିଥିଲେ। ଧୂଷୁରୀ ଥାନାଧିକାରୀ ପ୍ରଫୁଲ୍ଲ କୁମାର ସିଂ, ଆରଡି ଫାଣ୍ଡି ଅଧିକାରୀ ପ୍ରଦୀପ ନାୟକ, ଆରଡି ରାଜସ୍ବ ନିରୀକ୍ଷକ ଦେବାଶିଷ ରାୟ, ଜିଆରଏସ ସତ୍ୟ ରଞ୍ଜନ ପତି, ଆରଡି ସମିତି ସଭ୍ୟା ସବିତା ପାଢୀ, ବିଜୟ କୁମାର ଦାଶ, ଆଶିଷ ପାଢୀ, ଗିରିଶ ପାଢୀ, ସଞ୍ଜୟ ପାଢୀ, ବିଭୂତି ପାଢୀ ପ୍ରମୁଖ ପ୍ଲାଷ୍ଟିକମୁକ୍ତ ସଚେତନତା ଶୋଭାଯାତ୍ରାରେ ସାମିଲ ହୋଇଥିଲେ ା ପ୍ଲାଷ୍ଟିକ ମୁକ୍ତ ପରିବେଶ ଗଠନ ସାଙ୍ଗକୁ ଏହି ପୀଠକୁ ଅଳିଆ ମୁକ୍ତ କରିବାକୁ ଏହି ଅବସରରେ ଲୋକେ ସଂକଳ୍ପ ନେଇଥିଲେ ା
ଉଲ୍ଲେଖନୀୟ ଯେ, ସୋମବାରଠାରୁ ଆରଡିରେ ପ୍ଲାଷ୍ଟିକ ବ୍ୟବହାର ଉପରେ ପୂର୍ଣ୍ଣ କଟକଣା ଲଗାଯାଇଛି ା ଏଣୁ ମଙ୍ଗଳବାରଠାରୁ ଭୋଗ ଦୋକାନୀମାନେ ପ୍ଲାଷ୍ଟିକ ଥଳି ବଦଳରେ ଶାଳପତ୍ର ନିର୍ମିତ ଠୁଙ୍ଗା ତିଆରି କରି ବାଙ୍କ ପାଖରେ ନୈବେଦ୍ୟ ଅର୍ପଣ କରୁଥିବା ଦେଖିବାକୁ ମିଳିଛି ା ଖାଲି ଆରଡିର ଜନସାଧାରଣ ନୁହନ୍ତି, ସ୍ଥାନୀୟ ଅଞ୍ଚଳର ବହୁ ବ୍ୟକ୍ତି ଏ ପ୍ରକାର ଜନସଚେତନ କାର୍ଯ୍ୟକ୍ରମକୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri