ଆରଡ଼ିରେ ଶିବବିବାହ ମହୋତ୍ସବ ପ୍ରସ୍ତୁତି: ଜୁନ୍‌ ୬ରେ ମଙ୍ଗଳକୃତ୍ୟ, ୭ରେ ବିବାହ

ଭଦ୍ରକ ଅଫିସ, ୧୬।୫ – ଭଦ୍ରକ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ପରିସରରେ ବୁଧବାର ସନ୍ଧ୍ୟାରେ ପ୍ରସିଦ୍ଧ ଶୈବପୀଠ ଆରଡ଼ି ଧାମର ବାବା ଆଖଣ୍ଡଳମଣିଙ୍କ ବିବାହ ମହୋତ୍ସବ ପାଇଁ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଜ୍ଞାନରଞ୍ଜନ ଦାସ ଏଥିରେ ସଭାପତିତ୍ୱ କରିଥିଲେ। ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ମିଶ୍ର, ଚାନ୍ଦବାଲି ତହସିଲଦାର ସତ୍ୟଜିତ ରାଉତ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୋଲଖ ଚନ୍ଦ୍ର ବେହେରା, ଧାମନଗର ଏସ୍‌ଡିପିଓ ମନୋରଞ୍ଜନ ସାମଲ, ଆରଡ଼ିର ସେବାୟତଙ୍କ ପକ୍ଷରୁ ଇଂ. ସରୋଜ ପାଢୀ, ବାବାଜୀ ପାଢୀ, ବିଜୟ ଦାଶ, ଆଶିଷ ପାଢୀ, ଅରବିନ୍ଦ ପାଢୀ, ଚନ୍ଦ୍ରକାନ୍ତ ପାଢୀ, ସଞ୍ଜୟ ପାଢୀ, ସୁଶାନ୍ତ ପାଢୀ ଓ ବଙ୍କିମ୍‌ ପାଢୀ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଚଳିତବର୍ଷ ଶିବବିବାହ ଉତ୍ସବ ଆସନ୍ତା ଜୁନ୍‌ ୭ ତାରିଖରେ ପାଳନ କରାଯିବ। ଏହି ମହୋତ୍ସବ ଶାନ୍ତିଶୃଙ୍ଖଳାର ସହ ମହାସମାରୋହରେ ପାଳନ କରାଯିବ ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ ଜିଲାପାଳ।

ଏହିବର୍ଷ କନ୍ୟାକର୍ତ୍ତା ଭାବେ ଗଞ୍ଜାମ ବ୍ରହ୍ମପୁରର ଚନ୍ଦ୍ରଶେଖର ଦାଶ ଓ ବରକର୍ତ୍ତା ଭାବେ ବାଲେଶ୍ୱରର କାର୍ତ୍ତିକ ବେହେରାଙ୍କୁ ଚୟନ କରାଯାଇଛି। ଆରଡ଼ି ମ୍ୟାନେଜିଂ ଟ୍ରଷ୍ଟି ପକ୍ଷରୁ ନୀତିକାନ୍ତି ନିର୍ଘଣ୍ଟ କରାଯାଇଛି। ଜୁନ୍‌ ୬ ତାରିଖ ଗୁରୁବାର ମଙ୍ଗଳକୃତ୍ୟ ଓ ୭ ତାରିଖ ଶୁକ୍ରବାର ବିବାହ ଉତ୍ସବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସମାପନ କରାଯିବାକୁ ସ୍ଥିର ହୋଇଛି। ଏହି ଦେବଦମ୍ପତିଙ୍କ ବିବାହ ଉତ୍ସବରେ ବିଭିନ୍ନ ଜିଲାରୁ ପାରମ୍ପାରିକ ବାଦ୍ୟ ଅଣାଯାଇ ଶୋଭାଯାତ୍ରାରେ ସାମିଲ କରାଯିବ। ଚଳିତବର୍ଷ ପ୍ରଶାସନ ପକ୍ଷରୁ ୪ଲକ୍ଷ ଟଙ୍କାର ଖର୍ଚ୍ଚ ଅଟକଳ କରାଯାଇଛି। ବିଭିନ୍ନ ବିଭାଗ ପକ୍ଷରୁ ଅସ୍ଥାୟୀ ବ୍ୟବସ୍ଥା କରାଯିବା ପାଇଁ ସ୍ଥିର କରାଯାଇଥିଲା। ଶେଷରେ ଆରଡ଼ି ଟ୍ରଷ୍ଟି ବୋର୍ଡର କାର୍ଯ୍ୟନିର୍ବାହୀ ଅଧିକାରୀ ବିଦ୍ୟାଧର ପଲାଇ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri