ଆରପାରିରେ ନାଟ୍ୟକାର ବିଜୟ ମିଶ୍ର: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ସଂଳାପ ଲେଖକ ଓ ନାଟ୍ୟକାର ଡ. ବିଜୟ ମିଶ୍ର ଆଉ ନାହାନ୍ତି। ରବିବାର ଅପରାହ୍ନରେ ସେ ଚିରଦିନ ପାଇଁ ଆଖି ବୁଜିଛନ୍ତି। ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ହେଲା ଅସୁସ୍ଥତା ଯୋଗୁ ସେ ଭୁବନେଶ୍ୱରର ଏକ ନର୍ସିଂହୋମ୍‌ରେ ଚିକିତ୍ସାଧୀନ ଥିଲେ। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ପୁଅ ଅରିନ୍ଦମ ମିଶ୍ର ସୂଚନା ଦେଇଛନ୍ତି।
ଓଡ଼ିଆ ମଞ୍ଚ, ଚଳଚ୍ଚିତ୍ର ଓ ସାହିତ୍ୟ ଜଗତର ଏହି ବିରଳ ବ୍ୟକ୍ତିତ୍ୱ ଦୀର୍ଘ ୬ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ବିଭିନ୍ନ ମାଧ୍ୟମରେ ଓଡ଼ିଶାବାସୀଙ୍କର ମନୋରଞ୍ଜନ କରିଥିଲେ। ୧୯୭୨ରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଚିରସବୁଜ ସିନେମା ‘ଯାଯାବର’ ମାଧ୍ୟମରେ ଫିଲ୍ମ ଦୁନିଆରେ ପାଦ ଦେଇଥିବା ବିଜୟ ଏହି ଫିଲ୍ମର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ଲେଖିବା ସହ ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ। ୬୦ରୁ ଊର୍ଦ୍ଧ୍ୱ ଓଡ଼ିଆ ସିନେମାର କାହାଣୀ ଲେଖିଥିବା ବିଜୟ ମଞ୍ଚନାଟକ, ପ୍ରାମାଣିକ ଚଳଚ୍ଚିତ୍ର, ଧାରାବାହିକ ଜଗତ ସହ ମଧ୍ୟ ଓତପ୍ରୋତ ଭାବେ ଜଡ଼ିତ ଥିଲେ। ୬୦ରୁ ଊର୍ଦ୍ଧ୍ୱ ନାଟକ ସହ ୭ଟି ଧାରାବାହିକ ରଚନା କରିଥିଲେ। ‘ରଜନୀଗନ୍ଧା’, ‘ସୁନା ଚଢ଼େଇ’, ‘ହାକିମ ବାବୁ’, ‘ବୋଉ’, ‘ଲକ୍ଷେ ଶିବ ପୂଜି ପାଇଛି ପୁଅ’, ‘ପଞ୍ଜୁରୀ ଭିତରେ ଶାରୀ’, ‘ପରଦେଶୀ ଚଢ଼େଇ’, ‘ସପନ ବଣିକ’, ଡୋରା’, ‘ଜନନୀ’ ଭଳି ଫିଲ୍ମର ସଂଳାପ ରଚନା କରିଥିଲେ। ତାଙ୍କ ନାଟକ ‘ତଟ ନିରଞ୍ଜନା’ ବିଭିନ୍ନ ଭାଷାରେ ଅନୁଦିତ ହୋଇଥିଲା।
୧୯୩୫ ଜୁଲାଇ ୧୬ରେ ବାଲେଶ୍ୱର ଜିଲା ସନ୍ତରାଗଡ଼ିଆରେ ଜନ୍ମଗ୍ରହଣ କରିଥିବା ମିଶ୍ର ୨୦୧୮ ମସିହା ପାଇଁ ଓଡ଼ିଆ ଚଳଚ୍ଚିତ୍ର କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ‘ଜୟଦେବ ପୁରସ୍କାର’ ପାଇଥିଲେ। ସଂଳାପ ରଚନା ଓ ଚଳଚ୍ଚିତ୍ର ନିର୍ଦ୍ଦେଶନା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ତାଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। ଏହାବ୍ୟତୀତ ସେ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର, ଓଡ଼ିଶା ସାହିତ୍ୟ ଏକାଡେମୀ ଓ ବାଇସ୍କୋପ ପୁରସ୍କାର ଭଳି ସମ୍ମାନଜନକ ପୁରସ୍କାରର ଅଧିକାରୀ ଥିଲେ।
ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ
ଡ. ବିଜୟ ମିଶ୍ରଙ୍କ ବିୟୋଗରେ ଓଡ଼ିଆ ନାଟ୍ୟ, ଚଳଚ୍ଚିତ୍ର ଓ ସାହିତ୍ୟ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଥିବାବେଳେ ବିଭିନ୍ନ ମହଲରେ ଶୋକପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିବା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ସମକାଳୀନ ନାଟ୍ୟଜଗତର ବିଜୟ ମିଶ୍ର ଜଣେ ଖ୍ୟାତନାମା ନାଟ୍ୟକାର ଥିଲେ। ଓଡ଼ିଆ ସାହିତ୍ୟ ଓ ଚଳଚ୍ଚିତ୍ର ଜଗତକୁ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଥିଲା ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ ଉଲ୍ଲେଖ କରିଛନ୍ତି। ସେହିଭଳି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri