ଆରପାରିରେ ରିଷି କପୁର

ମୁମ୍ବାଇ,୩୦।୪: ବଲିଉଡ୍‌ ଅଭିନେତା ରିଷି କପୁରଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ନିଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ଦେଖାଯିବାରୁ ରିଷିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଥିଲା। ପରେ ତାଙ୍କୁ ବୁଧବାର ବିଳମ୍ବିତ ରାତ୍ରରେ ମୁମ୍ବାଇର ଏଚ୍‌ଏନ୍‌ ରିଲାଏନ୍ସ୍‌ ଫାଉଣ୍ଡେଶନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରିଷିଙ୍କ ମୃତ୍ୟୁ ସମ୍ପର୍କରେ ତାଙ୍କ ଭାଇ ରଣଧୀର କପୁର ସୂଚନା ଦେଇଛନ୍ତି। ରିଷିଙ୍କ ମୃତ୍ୟୁରେ ବଲିଉଡ୍‌ରେ ଶୋକର ଛାୟା ଖେଳିଯାଇଛି। ୨୦୧୮ରେ ସେ କର୍କଟ ରୋଗରେ ପୀଡ଼ିତ ହୋଇ ଏକ ବର୍ଷଧରି ନ୍ୟୁୟର୍କରେ ଚିକିତ୍ସିତ ହେଉଥିଲେ। ରିଷିଙ୍କ ମୃତ୍ୟୁରେ ଅମିତାଭ ବଚ୍ଚନ ଟୁଇଟ୍‌ କରି କହିଛନ୍ତି ଯେ, ମୁଁ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛି। ସେହିପରି ରାହୁଲ ଗାନ୍ଧୀ କହିଛନ୍ତି ବଲିଉଡ୍‌ ପାଇଁ ରିଷିଙ୍କ ମୃତ୍ୟୁ ଏକ ଅପୂରଣୀୟ କ୍ଷତି। ଅଭିନେତା ରାଜ ମୁରାଦ ଣିଷିଙ୍କ ମୃତ୍ୟୁ ଖବର ଶୁଣି କାନ୍ଦି ପକାଇବା ସହିତ କହିଛନ୍ତି, ତାଙ୍କ ସହିତ ମୋର ୪୫ ବର୍ଷର ସମ୍ପର୍କ ଏବେ ତୁଟିଗଲା। ସୂଚନାଯୋଗ୍ୟ,୧୯୫୨ ସେପ୍ଟେମ୍ବର ୪ରେ ସେ ମୁମ୍ବାଇର ଚେମ୍ବୁରଠାରେ ଜନ୍ମଗ୍ରହଣ କରିଥିଲେ।
୧୯୫୫ରେ ପିତା ରାଜକପୁରଙ୍କ ଅଭିନୀତ ଫିଲ୍ମ ଶ୍ରୀ ୪୨୦ର ‘ପ୍ୟାର୍‌ ହୁଆ ଏକ ରାର୍‌ ହୁଆ’ ଗୀତରେ ଜଣେ ଶିଶୁ କଳାକାର ଭାବେ କିଛି ସେକେଣ୍ଡ ପାଇଁ ଅଭିନୟ କରିଥିଲେ। ଏହାପରେ ୧୯୭୦ରେ ପିତା ରାଜ କପୁରଙ୍କ ଫିଲ୍ମ ମେରାନାମ ଜୋକରରେ ଅଭିନୟ କରି ନିଜ ଅଭିନୟ ଦକ୍ଷତା ପ୍ରତିପାଦିତ କରିଥିଲେ। ୧୯୭୩ରେ ଫିଲ୍ମ ବବିରେ ଅଭିନୟ କରିଥିଲେ। ଫିଲ୍ମଟି ବକ୍ସ୍‌ ଅଫିସ୍‌ରେ ବେଶ୍‌ ସଫଳ ରହିଥିଲା। ରିଷି ଏବଂ ଅଭିନେତ୍ରୀ ନିତୁ ସିଂଙ୍କ ମଧ୍ୟରେ ଶୁଟିଂ ସେଟ୍‌ରୁ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ୧୯୮୦ ଜାନୁୟାରୀ ୨୨ରେ ସେ ନିତୁଙ୍କୁ ବିବାହ କରିଥିଲେ। ଜଣେ ରୋମାଣ୍ଟିକ୍‌ ଅଭିନେତା ଭାବେ ୧୯୭୩ରୁ ୨୦୦୦ମଧ୍ୟରେ ସେ ୯୨ ଫିଲ୍ମରେ ଅଭିନୟ କରିଥିଲେ। ସେଥିମଧ୍ୟରୁ ୩୬ଟି ବକ୍ସ୍‌ ଅଫିସ୍‌ରେ ସଫଳ ରହିଥିଲା। ୨୦୧୧ରେ ଫିଲ୍ମ ଦୋ ଦୁନେ ଚାରରେ ଅଭିନୟ କରି ସେ ଶ୍ରେଷ୍ଠ ଅଭିନେତା ପୁରସ୍କାର ହାସଲ କରିଥିଲେ। ୨୦୧୭ରେ କପୁର ଆଣ୍ଡ୍‌ ସନ୍ସ୍‌ରେ ନିଖୁଣ ଅଭିନୟ ପାଇଁ ତାଙ୍କୁ ଫିଲ୍ମଫେୟାର ଶ୍ରେଷ୍ଠ ସହାୟକ ଅଭିନେତା ପୁରସ୍କାର ପ୍ରଦାନ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri