ଆରମ୍ଭରୁ ମାତୃଭାଷା ଓଡ଼ିଆ ପ୍ରଶ୍ନପତ୍ର ଭାଇରାଲ, ମନ୍ତ୍ରୀ କହିଲେ ତଦନ୍ତ ପରେ ହେବ କାର୍ଯ୍ୟାନୁଷ୍ଠାନ

ଧର୍ମଗଡ଼,୧୯।୨(ଡି.ଏନ୍‌.ଏ.): ବୁଧବାର ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇଥିବା ବେଳେ ଏହାର ଘଣ୍ଟାଏ ନ ପୂରୁଣୁ କଳାହାଣ୍ଡି ଜିଲା ଧର୍ମଗଡ଼ ଅଞ୍ଚଳରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ମାତୃଭାଷା ଓଡ଼ିଆ ପ୍ରଶ୍ନପତ୍ର ମୋବାଇଲରୁ ମୋବାଇଲକୁ ଘୂରି ବୁଲୁଛି। ତେବେ ଏହା କେଉଁ ପରୀକ୍ଷାକେନ୍ଦ୍ରରୁ ଭାଇରାଲ ହୋଇଛି ତାହା ଜଣାପଡ଼ିନାହିଁ। ଏହି ଭାଇରାଲ ପ୍ରଶ୍ନପତ୍ରରେ ୨୫ଟି ଏକ ନମ୍ବର ସମ୍ବଳିତ ପ୍ରଶ୍ନ ସହ ୫୦ଟି ଶବ୍ଦ ଲେଖିବାକୁ ସରଳାର୍ଥ ଥିବା ଦେଖିବାକୁ ମିଳିଛି। ଅପରପକ୍ଷେ ଏ ନେଇ ପଚରାଯିବାରେ ଜିଲା ଶିକ୍ଷାଧିକାରୀ ଘଟଣା ସମ୍ପର୍କରେ ଜାଣି ନ ଥିବା ପ୍ରକାଶ କରିଛନ୍ତି। ପ୍ରଶ୍ନପତ୍ର ଭାଇରାଲ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି, ଏ ବିଷୟରେ ଖବର ମିଳିନାହିଁ। ଭାଇରାଲ ହୋଇଥିଲେ ତଦନ୍ତ କରାଯିବ। ଯିଏ ସମ୍ପୃକ୍ତ ଥିବେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri