ଆରମ୍ଭରୁ ହଟ୍ଟଗୋଳ: ଶନିବାର ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଶୁକ୍ରବାର ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନ। ପ୍ରାରମ୍ଭରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଅଭିଭାଷଣ ରଖିବା ପରେ ଶୋକ ପ୍ରସ୍ତାବ ନେଇ ଆଲୋଚନା ହୋଇଥିଲା। ଏହି ସମୟରେ ଗୃହ ଅଫିସର ଗ୍ୟାଲେରିରେ ଜଣେ ମଧ୍ୟ ଅଫିସର ନ ଥିବାରୁ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଉଦ୍‌ବେଗ ପ୍ରକାଶ କରିଥିଲେ। ପରେ ଏହାକୁ ନେଇ ଗୃହରେ ବିରୋଧୀଙ୍କ ପ୍ରବଳ ହଙ୍ଗାମା ଦେଖିବାକୁ ମିଳିଥିଲା। ଉଭୟ ଭାଜପା ଓ କଂଗ୍ରେସ ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ ଓ ନାରାବାଜି କରିଥିଲେ। ଏସବୁ ମଧ୍ୟରେ ଗୃହକାର୍ଯ୍ୟ ଅଳ୍ପ ସମୟ ଚାଲିବା ପରେ କଂଗ୍ରେସ ବିଧାୟକ ସଚିବଙ୍କୁ ଚେୟାରରୁ ଟାଣି ଉଠାଇ ଦେଇଥିଲେ। ଏଣୁ ଗୃହକୁ ଶାନ୍ତ କରିବା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଶନିବାର ଯାଏ ବିଧାନସଭା ମୁଲତବୀ ଘୋଷଣା କରିଥିଲେ। ପ୍ରକାଶ ଯେ, ଏହି ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ଏଥିରେ ମୋଟ ୩୧ଟି କାର୍ଯ୍ୟଦିବସ ରହିଛି। ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ଫେବୃୟାରୀ ୧୪ରୁ ଆରମ୍ଭ ହୋଇ ୨୬ ତାରିଖ ଯାଏ ଚାଲିବାକୁଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୧ରୁ ଆରମ୍ଭ ହୋଇ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ଚଳିତ ମାସ ୧୮ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri