Posted inଜାତୀୟ

ଆରମ୍ଭ ହେଲା ଅଟଳ ଭୂଜଳ ଯୋଜନା: ୮ ହଜାରରୁ ଅଧିକ ଗାଁରେ ପହଞ୍ଚିବ ପିଇବା ପାଣି

ନୂଆଦିଲ୍ଲୀ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୫ତମ ଜୟନ୍ତୀ ଅବସରରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଟଳ ଭୂଜଳ ଯୋଜନା ଆରମ୍ଭ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଦିଲ୍ଲୀର ବିଜ୍ଞାନ ଭବନରେ ଏହି ଉପଲକ୍ଷେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୋଦି କହିଛନ୍ତି ଯେ, ଏହି ଯୋଜନା ଦ୍ୱାରା ଅଟଳ ବିହାରୀଙ୍କ ସ୍ବପ୍ନ ସତ୍ୟରେ ପରିଣତ ହୋଇଛି। ଏହି ଯୋଜନା ଅନ୍ତର୍ଗତ ଦେଶର ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜରାଟ, ହରିୟାଣା, ରାଜସ୍ଥାନ ଏବଂ ମହାରାଷ୍ଟ୍ର ଆଦି ୬ଟି ରାଜ୍ୟର ୮ ହଜାର ୩ ଶହ ୫୦ ଗାଁରେ ପିଇବା ପାଣି ପହଞ୍ଚି ପାରିବ। ଏହାଦ୍ୱାରା ହଜାର ହଜାର ଲୋକେ ଉପକୃତ ହୋଇପାରିବେ। ଏହି ଅବସରରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଯୋଗଦେଇ କହିଛନ୍ତି ଯେ, ଦେଶର ଅର୍ଥବ୍ୟବସ୍ଥା ଭୂଜଳ ଉପରେ ନିର୍ଭର କରିଥାଏ। କେନ୍ଦ୍ର ସରକାର ଏହାର ସଂରକ୍ଷଣ ନେଇ ବିଭିନ୍ନ ଉଦ୍ୟମ ଅବ୍ୟାହତ ରଖିଥିବା ରାଜନାଥ କହିଛନ୍ତି। ଏହି ଯୋଜନାରେ ୬ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ସେଥିମଧ୍ୟରୁ ୩ ହଜାର କୋଟି ଟଙ୍କା ବିଶ୍ୱବ୍ୟାଙ୍କ ଖର୍ଚ୍ଚ କରିବ। ସେହିପରି ଭାରତ ସରକାର ଅବଶିଷ୍ଟ ୩ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri