ଆରମ୍ଭ ହେଲା ଏମ୍‌ପିସି ବୈଠକ;ରେପୋ ହାର ହ୍ରାସ ଆଶାରେ ଶିଳ୍ପ ଜଗତ

ନୂଆଦିଲ୍ଲୀ,୬-୮: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ( ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ମୁଦ୍ରା ନୀତି କମିଟି (ଏମ୍‌ପିସି) ବୈଠକ ସୋମବାରଠାରୁ ଆରମ୍ଭ ହୋଇଛି। ଏହା ଚଳିତ ଆର୍ଥତ୍କ ବର୍ଷର ତୃତୀୟ ଦ୍ୱିମାସିକ ସମୀକ୍ଷା ବୈଠକ। ଦେଶର ଅର୍ଥନୀତି ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ ଏହାର ଅଭିବୃଦ୍ଧି ଲାଗି ରିଜର୍ଭ ବ୍ୟାଙ୍କ ରେପୋ ହାରକୁ ୨୫ ବେସିସ୍‌ ପଏଣ୍ଟ କମାଇବା ନେଇ ବଜାରର ଆଶା ରହିଛି। ପୂର୍ବର ୩ ଏମ୍‌ପିସି ବୈଠକରେ କେନ୍ଦ୍ରୀୟ ବ୍ୟାଙ୍କ ରେପୋ ହାରକୁ କମାଇଛି। ଚଳିତ ମାସ ୫ରୁ ୭ ତାରିଖ ଯାଏ ଏହି ବୈଠକ ବସୁଥିବା ବେଳେ ଅର୍ଥନୀତିର ବିଭିନ୍ନ ଦିଗ ଉପରେ ତର୍ଜମା ହେବ। ଅଗଷ୍ଟ ୭ ପୂର୍ବାହ୍ନ ୧୧.୪୫ ସମୟରେ ରିଜର୍ଭ ବ୍ୟାଙ୍କ ଓ୍ବେବସାଇଟରେ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଦିଆଯିବ ବୋଲି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ସୂଚନା ରହିଛି।
ଘରୋଇ ବଜାରରେ ନଗଦ ସମସ୍ୟା ଲାଗି ରହିଛି। ରେପୋ ହାର ହ୍ରାସ ବାଦ ନଗଦ ସମସ୍ୟା ସମାଧାନ ଦିଗରେ ଏମ୍‌ପିସି ସଦସ୍ୟମାନେ ବିଚାର କରିବେ ବୋଲି ଶିଳ୍ପ ଜଗତ ଆଶା ରଖିଛି। ସେହିଭଳି ସୁଧହାର ହ୍ରାସର ଲାଭ ବ୍ୟାଙ୍କଗୁଡିକ ଗ୍ରାହକଙ୍କୁ ପ୍ରଦାନ କରିବା ଉପରେ ଶିଳ୍ପ ମତ ରଖିଛି। ରେପୋ ହାର ହ୍ରାସ ସମ୍ପର୍କରେ ନିଜର ମତ ରଖି ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏମ୍‌ଡି ତଥା ସିଇଓ ରାଜକିରଣ ରାୟ ଜି କହିଛନ୍ତି, ଏମ୍‌ପିସି ୨୫ ବେସିସ ପଏଣ୍ଟ ସୁଧହାର ହ୍ରାସ କରିିପାରେ। ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି ଏଭଳି ନିଷ୍ପତ୍ତି ନେବାର ଆବଶ୍ୟକତା ରହିଛି। ସୁଧହାର ହ୍ରାସ ଦିଗରେ ଏମ୍‌ପିସି ପଦକ୍ଷେପ ନେବ ବୋଲି ଆଶାବାଦୀ ଥିବା ସେ ପ୍ରକାଶ କରିଛନ୍ତି।
ଶିଳ୍ପ ସଂଘ କନଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି(ସିଆଇଆଇ) ଏକ ବିବୃତ୍ତିରେ କହିଛି, ଅଭିବୃଦ୍ଧି ଏବଂ ମୁଦ୍ରାସ୍ଫୀତିକୁ ନଜରରେ ରଖି ରିଜର୍ଭ ବ୍ୟାଙ୍କ ବିଭିନ୍ନ ପଦକ୍ଷେପ ନେଉଛି। ମୁଦ୍ରାସ୍ଫୀତିକୁ ୪%ରୁ ନିମ୍ନରେ ରଖିବା ଆର୍‌ବିଆଇର ଲକ୍ଷ୍ୟ। ସୁଧହାର ହ୍ରାସ କରାଯାଉଥିଲେ ମଧ୍ୟ ଏଣ୍ଡ କଞ୍ଜ୍ୟୁମରଙ୍କୁ ଠିକ୍‌ ଭାବେ ଏହାର ଲାଭ ମିଳୁ ନାହିଁ। ଏଭଳି ପ୍ରସଙ୍ଗକୁ ଧ୍ୟାନରେ ରଖାଯିବା ଆବଶ୍ୟକ। ସେହିଭଳି ରିଜର୍ଭ ବ୍ୟାଙ୍କ କ୍ୟାଶ ରିଜର୍ଭ ରେସିଓ(ସିଆର୍‌ଆର୍‌) ୫୦ ବେସିସ ପଏଣ୍ଟ କମ୍‌ କରିବା ଆବଶ୍ୟକ। ସେହିଭଳି କୋଟାକ ମହିନ୍ଦ୍ରା ବ୍ୟାଙ୍କର ଖାଉଟି ବ୍ୟାଙ୍କିଙ୍ଗ ସଭାପତି ଶାନ୍ତି ଏକମ୍ବାରମ ୨୫% ରେପୋ ହ୍ରାସ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri