ଆରମ୍ଭ ହେଲା ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ଓଡ଼ିଶାରେ ଆରମ୍ଭ ହୋଇଛି ‘ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ’ ବ୍ୟବସ୍ଥା। ପ୍ରଥମ ପାଇଲଟ୍‌ ପ୍ରକଳ୍ପ ଭାବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ରବିବାରଠାରୁ ଲାଗୁ କରାଯାଇଛି। ଏହି ନୂଆ ବ୍ୟବସ୍ଥା ଅନୁଯାୟୀ, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଓଏଫ୍‌ଏସ୍‌ଏସ୍‌)ରେ ଅନ୍ତର୍ଭୁକ୍ତ ହିତାଧିକାରୀମାନେ ଦେଶର ଯେକୌଣସି ସ୍ଥାନରୁ ସରକାରୀ ଚାଉଳ, ଗହମ, କିରୋସିନ ଆଦି ରାଶନ ସାମଗ୍ରୀ ପାଇପାରିବେ। ଏଥିପାଇଁ ରାଶନ କାର୍ଡ ସହ ଆଧାର ଲିଙ୍କ୍‌କୁ ବାଧ୍ୟତାମୂଳକ କରାଯାଇଛି। ଏବେ ରାଜ୍ୟରେ ୯୭.୩ ପ୍ରତିଶତ ରାଶନ କାର୍ଡ ସହ ଆଧାର ଲିଙ୍କ୍‌ ହୋଇପାରିଛି। ଆହୁରି ୨ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଆଧାର ଲିଙ୍କ୍‌ କରି ନ ଥିବା ଜଣାପଡିଛି। ତେଣୁ ରାଜ୍ୟରେ ଏହି ବ୍ୟବସ୍ଥାକୁ ସଫଳ ଭାବେ କାର୍ଯ୍ୟକାରୀ କରିବା ପାଇଁ ଆଧାର ଲିଙ୍କ୍‌ ପ୍ରକ୍ରିୟାକୁ ଆହୁରି ୧୫ ଦିନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
୨୦୨୦ ଜୁଲାଇରୁ ଦେଶରେ ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ବିଏମ୍‌ସିରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ଏଣିକି ଯେକୌଣସି ଖାଉଟି ବଣ୍ଟନ କେନ୍ଦ୍ରରୁ ହିତାଧିକାରୀମାନେ ସେମାନଙ୍କ ରାଶନ ସାମଗ୍ରୀ ନେଇପାରିବେ। ଏହାକୁ ସଫଳ କରିବାକୁ ପଦକ୍ଷେପ ଆରମ୍ଭ ହୋଇଥିବାବେଳେ ପରବର୍ତ୍ତୀ ସମୟରେ ରାଜ୍ୟବ୍ୟାପୀ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ବିଏମ୍‌ସି ପକ୍ଷରୁ ୧୧୮ କେନ୍ଦ୍ର ଖୋଲାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ହିତାଧିକାରୀମାନେ କାର୍ଡ ପୋର୍ଟାବିଲିଟି କରୁଛନ୍ତି। ଆସନ୍ତା ୨୫ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। ଏହାପରେ ବିଏମ୍‌ସି ଅଞ୍ଚଳର ହିତାଧିକାରୀମାନେ ସୁବିଧା ମୁତାବକ ଯେକୌଣସି ରାଶନ କେନ୍ଦ୍ରରୁ ସାମଗ୍ରୀ ନେଇପାରିବେ। ଏହି ବ୍ୟବସ୍ଥା ପୂର୍ଣ୍ଣ କାର୍ଯ୍ୟକାରୀ ହେବା ପରେ ଭୂତ ହିତାଧିକାରୀ ଓ ଏକାଧିକ ସ୍ଥାନରୁ ରାଶନ କାର୍ଡ କରି ସାମଗ୍ରୀ ଉଠାଉଥିବା ହିତାଧିକାରୀ ବାଦ୍‌ ପଡ଼ିବେ। ଫଳରେ ଏହି ଯୋଜନାରେ ସାମଗ୍ରୀ ବାଟମାରଣା ରୋକାଯିବା ସହ ସ୍ବଚ୍ଛତା ବଜାୟ ରହିବ।
କାର୍ଯ୍ୟକ୍ରମ ଶୁଭାରମ୍ଭ ଅବସରରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି, ବିଏମ୍‌ସିରେ ଏହି ବ୍ୟବସ୍ଥାକୁ ପରୀକ୍ଷାମୂଳକ ଭାବେ ଆରମ୍ଭ କରାଯାଇଛି। ଖୁବ୍‌ଶୀଘ୍ର ଏହାକୁ ସାରା ରାଜ୍ୟରେ ଲାଗୁ କରାଯିବ। ଏହାପରେ ଅନ୍ୟ ରାଜ୍ୟ ସହିତ ମଧ୍ୟ କାର୍ଡଗୁଡ଼ିକୁ ସଂଯୋଗ କରାଯିବ। ହିତାଧିକାରୀମାନେ ଏଣିକି ରାଜ୍ୟର ଯେକୌଣସି ସାଧାରଣ ଖାଉଟି ବଣ୍ଟନ କେନ୍ଦ୍ରରୁ ପିଡିଏସ୍‌ ସାମଗ୍ରୀ ନେଇପାରିବେ। ସେମାନଙ୍କୁ ନିର୍ଦ୍ଦିଷ୍ଟ ଡିଲର ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ। ଏଥିନିମନ୍ତେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି ବୋଲି ମନ୍ତ୍ରୀ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri