ଆରମ୍ଭ ହେଲା କାର୍ତ୍ତିକ ବ୍ରତ, ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କ ଭିଡ଼

ପୁରୀ ଅଫିସ,୧୪।୧୦: ସୋମବାରଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ପ୍ରତ୍ୟୁଷରେ ହବିଷିଆଳିମାନେ ପଞ୍ଚତୀର୍ଥରେ ସ୍ନାନକରି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହାପରେ ତୁଳସୀ ଚଉରାମୂଳେ ରାଇ ଦାମୋଦରଙ୍କୁ ପୂଜାକରି ବ୍ରତ ଆରମ୍ଭ କରିଛନ୍ତି। ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କର ଭିଡ଼ ଦେଖିବାକୁ ମିଳୁଛି। ବିଭିନ୍ନ ମଠ, ମନ୍ଦିରରେ ବ୍ରତଧାରୀ ରହିଥିବାବେଳେ ସରକାରଙ୍କ ପକ୍ଷରୁ ୩ଟି ଆଶ୍ରୟସ୍ଥଳର ବ୍ୟବସ୍ଥା ହୋଇଛି। ଏହି ୩ଟି ଆଶ୍ରୟସ୍ଥଳରେ ପ୍ରାୟ ୨,୬୦୦ରୁ ଊର୍ଦ୍ଧ୍ୱ ହବିଷିଆଳିଙ୍କ ରହିବା ପାଇଁ ବ୍ୟବସ୍ଥା ହୋଇଛି। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିସ କନ୍‌ଫରେନ୍ସିଂ ମାଧ୍ୟମରେ ହବିଷିଆଳି ଆଶ୍ରୟସ୍ଥଳର ଉଦ୍‌ଘାଟନ କରିବେ। ଏଥିପାଇଁ ରେଳଓ୍ବେ ଟୁରିଷ୍ଟ କମ୍ପ୍ଲେକ୍ସ ପରିସରରେ ଆନୁସାଙ୍ଗିକ ବ୍ୟବସ୍ଥା ହୋଇଛି। ମାସେ ପର୍ଯ୍ୟନ୍ତ ହବିଷିଆଳିମାନେ ଶ୍ରୀକ୍ଷେତ୍ରରେ ରହି ବ୍ରତ ପାଳିବେ।
ହବିଷିଆଳିମାନଙ୍କର ଯେପରି କୌଣସି ପ୍ରକାର ଅସୁବିଧା ନ ହୁଏ ସେଥିପ୍ରତି ପ୍ରଶାସନ ସମ୍ପୂର୍ଣ୍ଣ ଯତ୍ନବାନ ରହିଛି। ପ୍ରତ୍ୟେକ ଆଶ୍ରୟସ୍ଥଳ ପାଇଁ ଜଣେ ସୁପର ଭାଇଜିଂ ଅଫିସର ଏବଂ ୩ଜଣଙ୍କୁ କୋଅର୍ଡିନେଟିଂ ଅଫିସର ଦାୟିତ୍ୱ ଦିଆଯାଇଛି। ରେଳଓ୍ବେ ଟୁରିଷ୍ଟ କମ୍ପ୍ଲେକ୍ସ ପାଇଁ ସର୍ବଶିକ୍ଷା ଅଭିଯାନର ପ୍ରକଳ୍ପ ସଂଯୋଜିକା ସୌନ୍ଦର୍ଯ୍ୟମଞ୍ଜରୀ ଦାସ, ପୌରକଲ୍ୟାଣ ମଣ୍ଡପ ପାଇଁ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଏବଂ ନରେନ୍ଦ୍ରକୋଣ ହବିଷିଆଳି ଆଶ୍ରୟସ୍ଥଳୀ ଲାଗି ଶ୍ରୀମନ୍ଦିର ରାଜସ୍ବ ପ୍ରଶାସକ ସୁବ୍ରତ କୁମାର ବେହେରା ସୁପରଭାଇଜିଂ ଅଫିସର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?