ଆରମ୍ଭ ହେଲା ଘୋଷଯାତ୍ରା: ଭକ୍ତମୟ ପୁରୀ; ପହଣ୍ଡି ବିଜେରେ ଆସିଲେଣି ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା, ପଛରେ ଆସୁଛନ୍ତି କାଳିଆ ସାଆନ୍ତ

ପୁରୀ ଅଫିସ,୪।୭: ରଥ ପ୍ରସ୍ତୁତ। ପଥ ପ୍ରସ୍ତୁତ। ଥିଲା ମହାପ୍ରଭୁଙ୍କୁ ଅପେକ୍ଷା। ଶେଷରେ ଅପେକ୍ଷାର ଅନ୍ତ ଘଟାଇ ଭକ୍ତମାନଙ୍କୁ ଦର୍ଶନ ଦେବାକୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସୁଛନ୍ତି ପ୍ରଭୁ ଜଗନ୍ନାଥ। ଗୁରୁବାର ପହଣ୍ଡି ବିଜେ ନୀତି ଆରମ୍ଭ ହେବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି କରାଯାଉଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ଶେଷ ହୋଇଛି। ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ପ୍ରଭୁଙ୍କୁ ସ୍ଥାପନା କରାଯିବା ପରେ ବଡ଼ଠାକୁର ବଳଭଦ୍ରଙ୍କ ପହଣ୍ଡି କରାଯାଇଛି। ପରେ ଭଉଣୀ ସୁଭଦ୍ରା ପହଣ୍ଡି ବିଜେ କରାଯାଉଛି। ସେହିଭଳି ପଛରେ ରହିଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ। ଦିବ୍ୟ ଟାହିଆ ସୁଶୋଭିତ ହୋଇ ଭକ୍ତ ଓ ସେବାୟତଙ୍କ ଗହଣରେ ପ୍ରଭୁ ବାଇଶି ପାହାଚରୁ ଓହ୍ଲାଇ ଆସିବାର ଦୃଶ୍ୟ ସମସ୍ତଙ୍କୁ ବିମୋହିତ କରୁଛି।

ତେବେ ପୂର୍ବ ନିର୍ଦ୍ଧାରିତ ସମୟ ମୁତାବକ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ପହୁଡ଼ ଆଳତି ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ କରାଯିବ। ଏହାପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ଲାଗି ବାହୁଟକଣ୍ଟ ଏବଂ ସେନାପଟା ଲାଗି କରିବେ। ଏହାପରେ ସକାଳ ୯ଟାରେ ରଥ ପ୍ରତିଷ୍ଠା ପରେ ମଙ୍ଗଳାର୍ପଣ ହୋଇ ୯ଟା ୩୦ରେ ପହଣ୍ଡି ଆରମ୍ଭ ହେବା ସ୍ଥିର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri