ଆରମ୍ଭ ହେଲା ଜାତୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାତୀୟ ହସ୍ତତନ୍ତ ମେଳା-୨୦୨୦ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆରମ୍ଭ ହୋଇଯାଇଛି। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ‘ବୟନିକା’ ପକ୍ଷରୁ ଆୟୋଜିତ ଏହି ମେଳାକୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଚଳିତବର୍ଷ ମେଳାରେ ଉତ୍ତରପ୍ରଦେଶ, ଜମ୍ମୁ ଓ କଶ୍ମୀର, ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ, ପଣ୍ଡିଚେରୀ, ତାମିଲନାଡ଼ୁ, କର୍ନାଟକ, ଉତ୍ତରାଖଣ୍ଡ, ହରିୟାଣା ଏବଂ ଓଡ଼ିଶାର ପ୍ରାୟ ୧୦୦ ସଂସ୍ଥା ଓ ସମିତି ଅଂଶଗ୍ରହଣ କରିଛନ୍ତି। ଏଠାରେ ଭାରତର ବିଭିନ୍ନ କୋଣାନୁକୋଣରେ ପ୍ରସ୍ତୁତ କଟନ୍‌, ସିଲ୍‌କ, ଟସର, ଏରି ଭଳି ବିଭିନ୍ନ ଫ୍ୟାବ୍ରିକ୍‌ରେ ପ୍ରସ୍ତୁତ ହସ୍ତତନ୍ତ ଶାଢ଼ି, ଡ୍ରେସ୍‌ ଓ ଡ୍ରେସ୍‌ ମ୍ୟାଟେରିଆଲ୍‌, ବିଭିନ୍ନ ଫାବ୍ରିକ୍‌ର କପଡ଼ା ଇତ୍ୟାଦି ଗ୍ରାହକମାନଙ୍କ ପାଇଁ ଉପଲବ୍ଧ ହେଉଛି।
ଫେବୃୟାରୀ ୨୩ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାର ଉଦ୍‌ଘାଟନୀ ଉତ୍ସବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ ପଦ୍ମିନୀ ଦିଆନ୍‌, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ ପ୍ରମୁଖ ଯୋଗଦେଇଥିଲେ। ବିଭାଗୀୟ ପ୍ରମୁଖ ସଚିବ ହେମନ୍ତ ଶର୍ମା ସ୍ବାଗତ ଭାଷଣ ଦେଇ ମେଳାର ଆଭିମୁଖ୍ୟ ସମ୍ପର୍କରେ କହିଥିବାବେଳେ ବୟନିକା ସଭାପତି ଶେଷ କୁମାର ମେହେର, ପରିଚାଳନା ନିର୍ଦ୍ଦେଶକ ଜ୍ୟୋତିପ୍ରକାଶ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବିଗତବର୍ଷଗୁଡ଼ିକରେ ସର୍ବାଧିକ ବ୍ୟବସାୟ କରିଥିବା ୩ ତନ୍ତୁବାୟ ସମିତିକୁ ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରଦାନ କରିଥିଲେ। ସୁବର୍ଣ୍ଣପୁର ଜିଲାର ମା’ କ୍ଷେତ୍ରପାଳ ତନ୍ତୁବାୟ ସହଯୋଗ ସମିତି ପ୍ରଥମ ପୁରସ୍କାର ପାଇଥିବାବେଳେ ସେହି ଜିଲାର ଦେବ ଦେବ ମହାଦେବ ତନ୍ତୁବାୟ ସମିତି ଦ୍ୱିତୀୟ ପୁରସ୍କାର ଏବଂ କଟକ ନୂଆପଟଣାର ମା’ ଅନ୍ନପୂର୍ଣ୍ଣା ତନ୍ତୁବାୟ ସମିତି ତୃତୀୟ ପୁରସ୍କାର ପାଇଥିଲା। ବିଜେତାମାନଙ୍କୁ ଯଥାକ୍ରମେ ୩ ଲକ୍ଷ, ୨ ଲକ୍ଷ ଏବଂ ୧ ଲକ୍ଷ ଟଙ୍କା ଲେଖାଁଏ ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା। ଏହାସହ ୭୫ ବର୍ଷ ପୂରଣ କରିଥିବା ୩ ଐତିହ୍ୟ ସମବାୟ ସମିତି ଗଞ୍ଜାମର କଣ୍ଟେଇକୋଳି ତନ୍ତୁବାୟ ସହଯୋଗ ସମିତି, କୁଲାଡ ତନ୍ତୁବାୟ ସହଯୋଗ ସମିତି ଏବଂ ବେଲଗୁଣ୍ଠା ତନ୍ତୁବାୟ ସହଯୋଗ ସମିତିକୁ ମୁଖ୍ୟମନ୍ତ୍ରୀ ୧ ଲକ୍ଷ ଟଙ୍କା ଲେଖାଁଏ ପ୍ରଦାନ କରିଥିଲେ। ମେଳାକୁ ଉଦ୍‌ଘାଟନ କରି ସେ ଏହାର ଥିମ୍‌ ପ୍ୟାଭିଲିୟନ୍‌ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri