ଆରମ୍ଭ ହେଲା ଭିତର ଚନ୍ଦନଯାତ୍ରା

ପୁରୀ ଅଫିସ,୨୯ା୫: ସୋମବାର ଶେଷ ହୋଇଛି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା। ୨୧ଦିନ ଧରି ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିଛନ୍ତି ଠାକୁର। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମ, କୃଷ୍ଣ, ମଦନମୋହନ, ଶ୍ରୀଦେବୀ ଏବଂ ଭୂଦେବୀଙ୍କ ସହିତ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ଜଳକ୍ରୀଡ଼ା କରିଛନ୍ତି। ତେବେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା। ବାହାର ଚନ୍ଦନ ଭଳି ଶ୍ରୀମନ୍ଦିର ଭିତରେ ମଧ୍ୟ ୨୧ଦିନ ଭିତର ଚନ୍ଦନ ଅନୁଷ୍ଠିତ ହେବ। ଏ ସମ୍ପର୍କରେ ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କହିଛନ୍ତି, ଅକ୍ଷୟ ତୃତୀୟାଠାରୁ ୪୨ଦିନ ଧରି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ଚନ୍ଦନ ଯାତ୍ରା ମଧ୍ୟରୁ ପ୍ରଥମ ୨୧ ଦିନକୁ ବାହାର ଚନ୍ଦନ ଯାତ୍ରା ଏବଂ ଏହା ପରବର୍ତ୍ତୀ ୨୧ ଦିନକୁ ଭିତର ଚନ୍ଦନ ଯାତ୍ରା କୁହାଯାଏ। ସୋମବାର ବାହାର ଚନ୍ଦନ ଯାତ୍ରା ଶେଷ ହୋଇଛି। ମଙ୍ଗଳବାରଠାରୁ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ଭିତର ଚନ୍ଦନ ଯାତ୍ରା ସମୟରେ ଶ୍ରୀମନ୍ଦିରରେ ପ୍ରତ୍ୟହ ଦୁଇଥର ଆଲଟଲାଗି ହୋଇଥାଏ। ଭୋଗମଣ୍ଡପ ପରେ ଥରେ ଏବଂ ସନ୍ଧ୍ୟା ଧୂପ ପରେ ଆଉଥରେ ଆଲଟ ଲାଗି କରାଯାଇଥାଏ। ଏଥିସହିତ ରାତ୍ରରେ ଠାକୁରଙ୍କ ପାଖରେ ପଣାଭୋଗ ହୋଇଥାଏ। ଭିତର ଚନ୍ଦନ ସମୟରେ ୪ଦିନ ଅର୍ଥାତ୍‌ ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳଷଷ୍ଠୀ ଏବଂ ରୁକ୍ମୁଣୀ ହରଣ ଏକାଦଶୀରେ ମହାପ୍ରଭୁଙ୍କର ଜଳକ୍ରୀଡ଼ ଉତ୍ସବ ଅନୁଷ୍ଠିତ ହୁଏ। ଏହି ୪ଦିନ ଠାକୁର ଜଳକ୍ରୀଡ଼ା ମଣ୍ଡପକୁ ଯାଇଥାନ୍ତି। ସେଠାରେ ପାରମ୍ପରିକ ରୀତିରେ ଜଳକ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଥାଏ ବୋଲି ଡ. ଦାଶ ପ୍ରକାଶ କରିଛନ୍ତି।

ରଥଯାତ୍ରା ଦ୍ୱିତୀୟ ସମନ୍ବୟ ବୈଠକ ଆଜି
ଆସନ୍ତା ଜୁଲାଇ ୪ତାରିଖରେ ରଥଯାତ୍ରା। ଏଥିପାଇଁ ରଥ ନିର୍ମାଣ କାମ ଦ୍ରୁତଗତିରେ ଆଗେଇ ଚାଲିଛି। ଅନ୍ୟପକ୍ଷରେ ପ୍ରଶାସନିକ ପ୍ରସ୍ତୁତି ମଧ୍ୟ ଜୋର୍‌ ଧରିଲାଣି। ବୁଧବାର ରଥଯାତ୍ରାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହେବ। ବଡ଼ଦାଣ୍ଡସ୍ଥିତ ନୀଳାଦ୍ରି ଭକ୍ତ ନିବାସ ପରିସରରେ ହେବାକୁ ଥିବା ଏହି ବୈଠକରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅଧ୍ୟକ୍ଷତା କରିବେ। ତେବେ ବାତ୍ୟାରେ ପୁରୀ ସହରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଦ୍ୟୁତ୍‌, ଜଳ ଯୋଗାଣ, ପରିମଳ, ଟେଲିଫୋନ ଆଦି ସେବା ବ୍ୟାହତ ହୋଇଥିବାବେଳେ ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାମ ଚାଲିଛି। ରଥଯାତ୍ରା ପୂର୍ବରୁ ଏହାକୁ କିପରି ସ୍ବାଭାବିକ କରାଯିବ ତାହା ଉପରେ ମୁଖ୍ୟତଃ ଫୋକସ ରହିବ। ରଥଯାତ୍ରାକୁ ଆଉ ମାତ୍ର ୧ ମାସ ସମୟ ରହିଛି। ଏତେ କମ୍‌ ସମୟ ମଧ୍ୟରେ ସବୁ କିଭଳି ସୁବ୍ୟବସ୍ଥିତ କରାଯାଇ ରଥଯାତ୍ରାକୁ ଶୃଙ୍ଖଳିତ କରାଯିବ ତାହା ଉପରେ ଜିଲା ପ୍ରଶାସନ ଗୁରୁତ୍ୱାରୋପ କରିଛି। ନୂତନ ଜିଲାପାଳ ବଲୱନ୍ତ ସିଂ ମଧ୍ୟ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ରଥଯାତ୍ରା ପ୍ରସ୍ତୁତିକୁ ନେଇ ଏକ ସମୀକ୍ଷା ବୈଠକ କରିସାରିଛନ୍ତି । ଦ୍ୱିତୀୟ ସମନ୍ବୟ ବୈଠକ ପରେ ପ୍ରଶାସନ ପୁନରୁଦ୍ଧାର କାମ ସହ ରଥଯାତ୍ରା ଉପରେ ଫୋକସ ରଖିବ ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri