ଆରମ୍ଭ ହେଲା ରବିଧାନ ସଂଗ୍ରହ

ବାରିପଦା ଅଫିସ,୧୭।୫: ମୟୂରଭଞ୍ଜ ଜିଲାରେ ଚଳିତ ବର୍ଷ ଚାଷୀମାନଙ୍କଠାରୁ ରବି ଧାନ କିଣା ଆରମ୍ଭ ହୋଇଛି। ଜିଲାସ୍ତରୀୟ ରବି ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ଜିଲାପାଳ ବିନୀତ ଭରଦ୍ୱାଜ ସାରସକଣା ବ୍ଲକର ଶୀର୍ଷା ଲ୍ୟାମ୍ପ୍‌ସ ସରକାରୀ ଧାନ କ୍ରୟ କେନ୍ଦ୍ରକୁ ଉଦ୍‌ଘାଟନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲରୀ, ଜିଲା ମୁଖ୍ୟ ଯୋଗାଣ ଅଧିକାରୀ କୃଷ୍ଣଚନ୍ଦ୍ର ସେଠୀ, ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ କୁମାର ସାହୁ, ଜିଲା ସମବାୟ ସମିତି ସମୂହ ନିବନ୍ଧକ କୃଷ୍ଣଚନ୍ଦ୍ର ଦାସ, ଅତିରିକ୍ତ ଯୋଗାଣ ଅଧିକାରୀ ଚୈତନ୍ୟ ଆଡବଙ୍ଗ, ମିଲର, ଚାଷୀ ଓ ଚାଷୀ ପ୍ରତିନିଧିମାନେ ଯୋଗ ଦେଇଥିଲେ।
ଜିଲାରେ ରବି ଧାନ ସଂଗ୍ରହ କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଜିଲା ଯୋଗାଣ ବିଭାଗ,ଆର୍‌ଏମ୍‌ସି ଏବଂ ଡିଆର୍‌ସିଏସ୍‌ ବିଭାଗର ମିଳିତ ତତ୍ତ୍ବାବଧାନରେ ଚାଷୀମାନଙ୍କ ସୁବିଧା ପାଇଁ ୧୭ଟି ଲ୍ୟାମ୍ପସ ଓ ୧୮ଟି ଧାନ କ୍ରୟ କେନ୍ଦ୍ର ଖୋଲାଯାଇଛି। ବର୍ତ୍ତମାନ ସୁଦ୍ଧା ରବି ଧାନ ବିକ୍ରୟ କରିବା ପାଇଁ ଜିଲାରେ ୧୪୫୭ଜଣ ଚାଷୀ ସେମାନଙ୍କ ନାମ ପଞ୍ଜୀକରଣ କରିଛନ୍ତି। ଚଳିତ ବର୍ଷ ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ଧାନର ସହାୟକ ମୂଲ୍ୟ ଯଥାକ୍ରମେ ଏଫଏକ୍ୟୁ ସାଧାରଣ ମାନ ଧାନର ମୂଲ୍ୟ କୁଇଣ୍ଟାଲ ପ୍ରତି ୨୦୪୦ ଏବଂ ଏଫଏକ୍ୟୁ ଗ୍ରେଡ୍‌ ଏ ମାନ ଧାନର ମୂଲ୍ୟ ୨୦୬୦ଟଙ୍କା ଧାର୍ଯ୍ୟ କରାଯାଇଛି। ମଣ୍ଡିରେ ଧାନକୁ ସୁରକ୍ଷିତ ରଖିବା ପାଇଁ ଆବଶ୍ୟକୀୟ ଉପକରଣ ପ୍ରସ୍ତୁତ ରଖିବା ସହିତ ଧାନର ମାନ ଓ ଗୁଣବତ୍ତା ପରୀକ୍ଷା କରିବା ପାଇଁ ଉଦିଷ୍ଟ ଯନ୍ତ୍ରପାତି ରଖିବା ପାଇଁ ପରାମର୍ଶ ଦିଆଯାଇଛି। ଏତଦ୍‌ ବ୍ୟତୀତ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଧାନ କ୍ରୟ କେନ୍ଦ୍ରମାନଙ୍କରେ ଚାଷୀମାନଙ୍କ ସୁବିଧା ପାଇଁ ସେଡ୍‌, ପାନୀୟ ଜଳ, ଫାଷ୍ଟଏଡ୍‌ ଇତ୍ୟାଦିର ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ମିଲରମାନଙ୍କୁ ସଂଗ୍ରହ ହୋଇଥିବା ଧାନକୁ ୨୪ ଘଣ୍ଟା ମଧ୍ୟରେ ଉଠାଇ ନେବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri