ଆରମ୍ଭ ହେଲା ରାଷ୍ଟ୍ରୀୟ ଡାକ ସପ୍ତାହ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ବୁଧବାରଠାରୁ ‘ରାଷ୍ଟ୍ରୀୟ ଡାକ ସପ୍ତାହ’ ପାଳନ ଆରମ୍ଭ ହୋଇଛି। ୯ ଅକ୍ଟୋବର ‘ବିଶ୍ୱ ଡାକ ଦିବସ ପାଳନ’ ଅବସରରେ ପ୍ରଧାନ ଡାକପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଓଡ଼ିଶା ଡାକମଣ୍ଡଳର ରାଷ୍ଟ୍ରୀୟ ଡାକ ସପ୍ତାହ ପାଳନ ସମ୍ପର୍କରେ ସୂଚନା ଦିଆଯାଇଛି। ମୁଖ୍ୟ ଡାକପାଳ ସନ୍ତୋଷ କୁମାର କାମିଲା କହିଲେ, ରାୟଗଡା ଓ ରାଉରକେଲାରେ ନୂଆ ଡାକମଣ୍ଡଳ ପ୍ରତିଷ୍ଠା କରାଯାଇଛି। ଚଳିତ ଆର୍ଥତ୍କ ବର୍ଷରେ ରାଜ୍ୟର ୭୫୩ ଆଇପିବି ସକ୍ଷମ ଗ୍ରାମ ପ୍ରତିଷ୍ଠା କରାଯାଇଛି। ‘ଫକୀରମୋହନ ମହାବିଦ୍ୟାଳୟ’ ଓ ‘ସମାଜ’ ସ୍ମରଣିକା ଡାକ ଟିକେଟ ଉନ୍ମୋଚିତ କରାଯାଇଛି। ଜୁଲାଇରେ ଭୁବନେଶ୍ୱରସ୍ଥିତ ରସୁଲଗଡ଼ରେ ପ୍ରଥମ ବିଦେଶ ଡାକଘର ଖୋଲାଯାଇଛି। ୨୦ ଲୋକ ସଭା ସଂସଦୀୟ କ୍ଷେତ୍ରର ସମସ୍ତ ମୁଖ୍ୟ ଡାକଘରେ ପାସପୋର୍ଟ ସେବା ମିଳୁଛି। ୪୭୩ ଡାକଘରେ ଆଧାର ପଞ୍ଜୀକରଣ ଓ ସଂଶୋଧନ କରାଯାଉଛି। ତା’ସହ ୧୯ ଡାକଘରେ ଇଣ୍ଡିଆ ପୋଷ୍ଟ୍‌ ପାସେଞ୍ଜର୍ସ ରିଜର୍ଭେଶନ ସିଷ୍ଟମ ସୁବିଧା ରହିଛି, ଯେଉଁଠାରେ ରେଳ ଟିକେଟ ବୁକ୍‌ କରିହେଉଛି। ଡାକ ସପ୍ତାହର ଗୁରୁବାରକୁ ବ୍ୟାଙ୍କିଙ୍ଗ ଦିବସ, ଶୁକ୍ରବାର ଡାକ ଜୀବନ ବୀମା ଦିବସ, ଶନିବାର ଫିଲାଟେଲି ଦିବସ, ସୋମବାର ବ୍ୟବସାୟ ବିକାଶ ଦିବସ ଓ ମଙ୍ଗଳବାରକୁ ଡାକ ଦିବସ ଭାବେ ପାଳନ କରାଯିବ ବୋଲି କାମିଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri