ଆରମ୍ଭ ହେଲା ଶ୍ରମିକଙ୍କ ଘରବାହୁଡା: ତେଲେଙ୍ଗାନାରୁ ଝାଡ଼ଖଣ୍ଡ ଅଭିମୁଖେ ବାହାରିଲା ୨୪କୋଚ ଥିବା ସ୍ବତନ୍ତ୍ର ଟ୍ରେନ୍‌

ହାଇଦ୍ରାବାଦ,୧।୫: ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ଲକ୍ଷ ଲକ୍ଷ ଶ୍ରମିକଙ୍କୁ ନିଜ ଘରକୁ ଫେରାଇ ଆଣିବା କାର୍ଯ୍ୟ ଆରମ୍ଭ ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅନୁମୋଦନ ପରେ ବିଭିନ୍ନ ରାଜ୍ୟ ସରକାର ନିଜ ରାଜ୍ୟର ଶ୍ରମିକମାନଙ୍କୁ ଫେରାଇ ଆଣିବାକୁ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ଶ୍ରମିକଙ୍କୁ ଆଣିବା ପାଇଁ ତେଲେଙ୍ଗାନା ସରକାରଙ୍କ ଅନୁରୋଧକ୍ରମେ ଲିଙ୍ଗମ୍‌ପାଲିରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ ଝାଡ଼ଖଣ୍ଡ ଅଭିମୁଖେ ବାହାରିଛି। ଶୁକ୍ରବାର ସକାଳ ୫ଟାରେ ଲିଙ୍ଗମ୍‌ପାଲିରୁ ଏହି ଟ୍ରେନ୍‌ ବାହାରିଥିବା ବେଳେ ରାତି ୧୧ଟା ସୁଦ୍ଧା ଝାଡଖଣ୍ଡର ହଟିଆ ଷ୍ଟେସନରେ ପହଞ୍ଚିବ ବୋଲି ରେଳ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ଟ୍ରେନ୍‌ରେ ୨୪ଟି କୋଚ୍‌ ଥିବା ବେଳେ ଏଥିରେ ପ୍ରାୟ ୧୨ଶହ ପ୍ରବାସୀ ଶ୍ରମିକ ଯାତ୍ରା କରିଛନ୍ତି। ପ୍ରତି କୋଚ୍‌ରେ ମାତ୍ର ୫୬ଜଣ ଯାତ୍ରୀ ରହିଛନ୍ତି। ତେବେ ସବୁ ଯାତ୍ରୀଙ୍କୁ ଯାତ୍ରା ପୂର୍ବରୁ ସ୍କ୍ରିନିଂ କରାଯିବା ସହ ଷ୍ଟେସନ ଓ ଟ୍ରେନ୍‌ରେ ସାମାଜିକ ଦୂରତ୍ୱର ନିୟମକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri