Posted inଖେଳ

ଆର୍ଜେଣ୍ଟିନା ଡିଫେଣ୍ଡର ବ୍ରାଉନ୍‌ଙ୍କ ପରଲୋକ

ବୁଏନସ ଏରିଜ୍‌, ୧୩ା୮ (ଏଏଫ୍‌ପି)-ଆର୍ଜେଣ୍ଟିନାର ୧୯୮୬ ଫୁଟ୍‌ବଲ ବିଶ୍ୱକପ୍‌ ବିଜୟୀ ଡିଫେଣ୍ଡର ଜୋସ୍‌ ଲୁଇସ୍‌ ବ୍ରାଉନ୍‌ଙ୍କର ପରଲୋକ ଘଟିଛି। ତାଙ୍କୁ ୬୨ବର୍ଷ ହୋଇଥିଲା। ସେ ଅଲ୍‌ଝିମର୍ସ ରୋଗରେ ପୀଡ଼ିତ ଥିଲେ ବୋଲି ତାଙ୍କ କ୍ଲବ ଏଷ୍ଟଡିଏଣ୍ଟ୍ସ ଡି’ ଲା ପ୍ଲାଟା ପକ୍ଷରୁ ସୂଚନା ଦିଆଯାଇଛି। ବ୍ରାଉନ୍‌ ତାଙ୍କ ବନ୍ଧୁମାନଙ୍କ ନିକଟରେ ‘ଟାଟା’ ନାମରେ ପରିଚିତ ଥିଲେ। ସେ ଆର୍ଜେଣ୍ଟିନା ତରଫରୁ ୩୬ଟି ମ୍ୟାଚ ଖେଳିଛନ୍ତି। ୧୯୮୬ରେ ପଶ୍ଚିମ ଜର୍ମାନୀ ବିପକ୍ଷ ବିଶ୍ୱକପ୍‌ ଫାଇନାଲରେ ଆର୍ଜେଣ୍ଟିନାର ୩-୨ ବିଜୟରେ ସେ ଦଳ ପକ୍ଷରୁ ପ୍ରଥମ ଗୋଲ ସ୍କୋର କରିଥିଲେ। ଜୋସ୍‌ ଲୁଇସ୍‌ ବ୍ରାଉନ୍‌ଙ୍କ ବିନା ଆମେ ୧୯୮୬ ବିଶ୍ୱକପ୍‌ ଜିତିପାରି ନ ଥାନ୍ତୁ ବୋଲି ଆର୍ଜେଣ୍ଟିନା କିମ୍ବଦନ୍ତୀ ଡିଏଗୋ ମାରାଡୋନା ଇନ୍‌ଷ୍ଟାଗ୍ରାମ୍‌ରେ ପ୍ରକାଶ କରିଛନ୍ତି। ଜଣେ ଖେଳାଳି ଭାବେ ତାଙ୍କ କ୍ୟାରିୟର ଶେଷ ହେବାପରେ ସେ କୋଚ୍‌ ଭାବେ କାର୍ଯ୍ୟ କରିଛନ୍ତି। ସର୍ଗିଓ ବଟିଷ୍ଟାଙ୍କ ସହିତ ସେ ଦେଶର ୨୩ ବର୍ଷରୁ କମ୍‌ ଫୁଟ୍‌ବଲ ଦଳର କୋଚ୍‌ ଭାବେ କର୍ଯ୍ୟ କରିଛନ୍ତି। ଏହି ଦଳ ୨୦୦୮ ଅଲିମ୍ପିକ୍ସ ଫୁଟ୍‌ବଲ ଟାଇଟଲ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri