ଆର୍ଥିକ ଅନିୟମିତତା ଅଭିଯୋଗ : ସମବାୟ ବ୍ୟାଙ୍କର ୨ଜଣଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

କାମାକ୍ଷାନଗର, ୧୮।୫(ଡି.ଏନ୍‌.ଏ.)-ଆର୍ଥିକ ହେର୍‌ଫେର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ଜଣେ ପୂର୍ବତନ କର୍ମଚାରୀଙ୍କ ସମେତ ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପରଜଙ୍ଗ ଶାଖାର ସୁପରଭାଇଜର ଶାନ୍ତନୁ କୁମାର ବରାଳ (୫୫) ଏବଂ କାମାକ୍ଷାନଗର ଶାଖାର ପୂର୍ବତନ ଆକାଉଣ୍ଟାଣ୍ଟ ସହଦେବ ସାହୁ (୬୧)। ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ସେମାନଙ୍କୁ କାମାକ୍ଷାନଗର ଜେଲ ହାଜତକୁ ପଠାଇ ଦିଆଯାଇଛି।
ଶାନ୍ତନୁ ବିଭିନ୍ନ ପ୍ରାଥମିକ ସେବା ସମବାୟ ସମିତି ଶାଖାରେ ସମ୍ପାଦକ ଭାବେ କାର୍ଯ୍ୟରତ ଥିବାବେଳେ ତାଙ୍କ ନାମରେ ମିଥ୍ୟା ଋଣ ନାମରେ ଲୋକଙ୍କୁ ଠକିଥିବା ଅଭିଯୋଗ ଆସିଥିଲା। ଏଥିରେ କେତେଜଣ ବ୍ୟାଙ୍କ କର୍ମଚାରୀଙ୍କ ହାତ ଥିବା ଜଣାପଡ଼ିଥିଲା। ବ୍ୟାଙ୍କ ଅଡିଟ୍‌ ବେଳେ ୧କୋଟି ୧୫ଲକ୍ଷ ୧୬ ହଜାର ୩୦୦ ଟଙ୍କାର ହିସାବ ମିଳି ନ ଥିଲା। ଏହାର ଉଚ୍ଚସ୍ତରୀୟ ତଦନ୍ତ ଲାଗି ଶାଖା କର୍ତ୍ତୃପକ୍ଷ କ୍ରାଇମ୍‌ବ୍ରାଞ୍ଚର ଦ୍ବାରସ୍ଥ ହୋଇଥିଲେ। ଏ ନେଇ କଟକ କ୍ରାଇମ୍‌ବ୍ରାଞ୍ଚ ଶାଖାରେ ନଂ. ୭/୧୯, ଦଫା ୪୦୯, ୪୬୭, ୪୭୧, ୪୭୭ (ଏ), ୧୨୦ରେ ମାମଲା ରୁଜୁ ହୋଇଥିଲା। ତଦନ୍ତ ସମୟରେ ଶାନ୍ତନୁ, ସହଦେବଙ୍କ ସମେତ ତତ୍କାଳୀନ ଶାଖା ପରିଚାଳକ ଏବଂ କିରାଣିଙ୍କ ଏଥିରେ ସମ୍ପୃକ୍ତି ଥିବା ପ୍ରମାଣ ମିଳିଥିଲା। ଅଭିଯୁକ୍ତମାନେ ତରବରିଆ ଭାବେ ବ୍ୟାଙ୍କରେ କିଛି ଅର୍ଥ ଦାଖଲ କରିଥିଲେ। ଏହାସତ୍ତ୍ୱେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଥିଲା। ସୂଚନାଯୋଗ୍ୟ, ପୂର୍ବତନ ଶାଖା ପରିଚାଳକ, କିରାଣି, ଆକାଉଣ୍ଟାଣ୍ଟଙ୍କ କାର୍ଯ୍ୟରୁ ଅବସର ନେଇସାରିଛନ୍ତି। କେବଳ ଶାନ୍ତନୁ ଚାକିରି ଅବଧି ଶେଷ ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଶ୍ୟାମାକାଳୀ ମନ୍ଦିରରେ ହନୁମାନ ଜୟନ୍ତୀ: ଜୟ ଶ୍ରୀରାମ ଧ୍ୱନିରେ ଗୁଞ୍ଜରିତ ହେଲା ପରିବେଶ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ମା’ ଶ୍ୟାମାକାଳୀ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ଅବସରରେ ଏକ ଭବ୍ୟ ଓ ଆଧ୍ୟାତ୍ମିକ ମହାସମାରୋହର ଆୟୋଜନ କରାଯାଇଥିଲା। ଜୟ ଶ୍ରୀରାମ ଧ୍ୱନିରେ ପରିପୂର୍ଣ୍ଣ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri