ଆର୍ଥିକ ଅଭିବୃଦ୍ଧି ବୃଦ୍ଧି ଚିନ୍ତା; ଅର୍ଥନୀତିଜ୍ଞଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମାନସ ମନ୍ଥନ

ନୂଆଦିଲ୍ଲୀ,୨୩-୬: ବଜେଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ପ୍ରମୁଖ ଅର୍ଥନୀତିଜ୍ଞ ଏବଂ ବିଶେଷଜ୍ଞଙ୍କ ସହିତ ଦେଶର ଆର୍ଥିକ ପରିସ୍ଥିତି ଉପରେ ମାନସ ମନ୍ଥନ କରିଥିଲେ। ଏହା ଏଥିପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା ଯେ, ମୋଦି ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ଅର୍ଥନୀତି ହ୍ରାସ ପାଇବା ସହ ନିଯୁକ୍ତି ୪୫ ବର୍ଷର ସର୍ବନିମ୍ନ ସ୍ତରରେ ଆସି ପହଞ୍ଚତ୍ଛି। ଦେଶର ବିକାଶକୁ ଗତିଶୀଳ କରିବା ଏବଂ ଅଧିକ ନିଯୁକ୍ତି ସୃଷ୍ଟି ଲାଗି ଆର୍ଥିକ ନୀତିର ରୂପରେଖ ପ୍ରସ୍ତୁତ କରିବା ଏହି ବୈଠକର ଉଦ୍ଦେଶ୍ୟ ଥିଲା। ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ଏହି ବୈଠକରେ ଉପସ୍ଥିତ ଥିଲେ। ନୀତି ଆୟୋଗ ପକ୍ଷରୁ ‘ଆର୍ଥିକ ନୀତି-ଆଗକୁ ରାସ୍ତା’ ଶୀର୍ଷକରେ ଏହି ବୈଠକ ଆୟୋଜନ କରାଯାଇଥିଲା।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ପକ୍ଷରୁ ଜାରି ବିବୃତି ଅନୁଯାୟୀ, ବିଶେଷଜ୍ଞମାନେ ଅର୍ଥନୀତି, ରୋଜଗାର, କୃଷି, ଜଳସେଚନ, ରପ୍ତାନି,ଶିକ୍ଷା ଏବଂ ସ୍ବାସ୍ଥ୍ୟ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜ ନିଜର ପରାମର୍ଶମାନ ଦେଇଥିଲେ। ନିକଟରେ ଜାରି ଜିଡିପି ତଥ୍ୟ ପ୍ରକାଶ ପାଇବା ପରେ ଦେଶକୁ ଆର୍ଥିକ ମାନ୍ଦାବସ୍ଥାରୁ ରକ୍ଷା କରିବାର ବଡ଼ ଆହ୍ବାନ ରହିଛି। ପ୍ରକାଶିତ ଜିଡିପି ତଥ୍ୟ ଅନୁଯାୟୀ, ୨୦୧୮-୧୯ର ଚତୁର୍ଥ ତ୍ରୈମାସରେ ଦେଶର ବିକାଶ ହାର ମାତ୍ର ୫.୮% ରହିଛି, ଯାହା କି, ୫ ବର୍ଷର ସର୍ବନିମ୍ନ ସ୍ତର। ଅନ୍ୟପକ୍ଷରେ ୨୦୧୭-୧୮ରେ ବେକାରୀ ୪୫ ବର୍ଷର ସର୍ବନିମ୍ନ ସ୍ତର ୬.୧%ରେ ପହଞ୍ଚତ୍ୟାଇଛି। ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବେକାରୀ ସମସ୍ୟାକୁ ନେଇ ସମାଲୋଚନାର ସରବ୍ୟ ହେବାକୁ ପଡ଼ିଥିଲା। ବିରୋଧୀ ଦଳଗୁଡ଼ିକ ନିର୍ବାଚନରେ ଏହାକୁ ଏକ ବଡ଼ ପ୍ରସଙ୍ଗ କରିଥିଲେ। ଅର୍ଥମନ୍ତ୍ରୀ ସୀତାରାମନ୍‌ ଜୁଲାଇ ୫ରେ ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏହାପୂର୍ବରୁ ନୀତି ଆୟୋଗ ଦ୍ୱାରା ଆୟୋଜିତ ଉକ୍ତ ବୈଠକର ବେଶ୍‌ ଗୁରୁତ୍ୱ ରହିଛି। ଦେଶର ଆର୍ଥିକ ବିକାଶକୁ ଗତି ଦେବା ଲାଗି ଅର୍ଥନୀତିଜ୍ଞଙ୍କ ସହିତ ମନ୍ଥନରେ ସାମିଲ ହେବା ପରେ ସେ କିଛି ବଡ଼ ପଦକ୍ଷେପ ଗ୍ରହଣ କରିପାରନ୍ତି ବୋଲି ମନେ କରାଯାଉଛି। ଏହି ବୈଠକରେ ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କ୍ରିୟାନ୍ବୟନ ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ) ରାଓ ଇନ୍ଦ୍ରଜିତ ସିଂ, ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏବଂ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ସମସ୍ତ ଅର୍ଥନୀତିଜ୍ଞ ଏବଂ ବିଶେଷଜ୍ଞଙ୍କୁ ସେମାନଙ୍କ ପରାମର୍ଶ ପାଇଁ ଧନ୍ୟବାଦ ଦେଇଥିଲେ ଏବଂ ସରକାର ସେମାନଙ୍କ ପରାମର୍ଶକୁ କାର୍ଯ୍ୟକାରୀ କରିବା ଲାଗି ପ୍ରୟାସ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri