ଆର୍ଥିକ ମାନ୍ଦାବସ୍ଥା ପ୍ରତିବାଦରେ ସିପିଏମର ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୧୯ା୧୦-ସିପିଏମ ପକ୍ଷରୁ ଶୁକ୍ରବାର ବ୍ରହ୍ମପୁର ଉପଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ସମାବେଶ କରାଯାଇଥିଲା। ଭାଜପା ନେତୃତ୍ୱାଧୀନ ଏନଡିଏ ସରକାର ଶାସନରେ ଦେଶର ଆର୍ଥିକ ସ୍ଥିତି ବିପର୍ଯ୍ୟସ୍ତ ହୋଇପଡଥିବାରୁ ସାଧାରଣ ଲୋକଙ୍କ ଦୁର୍ଦ୍ଦଶା ବଢ଼ି ଚାଲିଛି। ଏହା ପ୍ରତିବାଦରେ ମିଳିତ ବାମପନ୍ଥୀ ଦଳ ଆହ୍ବାନରେ ବିକ୍ଷୋଭ ସମାବେଶ ହୋଇଥିଲା। ଶତାଧିକ କର୍ମୀ ଲାଲ ପତାକା ଧରି ଏଥିରେ ସାମିଲ ହୋଇଥିଲେ। ମାନ୍ଦାବସ୍ଥା ଦୂର କରି ପୂର୍ବ ସ୍ଥିତି ଆଣିବା ପାଇଁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା।
ରାଜ୍ୟ ସିପିଏମ ସମ୍ପାଦକ ଅଳି କିଶୋର ପଟ୍ଟନାୟକ ଏଥିରେ ଯୋଗଦେଇ ମୋଦି ସରାକରଙ୍କ ଦେବାଳିଆ ଆର୍ଥିକ ନୀତିର କଡ଼ା ସମାଲୋଚନା କରିଥିଲେ। ବିମୁଦ୍ରୀକରଣ, ଜନ ବିରୋଧୀ ଜିଏସଟି ଲାଗୁ ଯୋଗୁଁ ଆର୍ଥିକ ମାନ୍ଦାବସ୍ଥା ଉପୁଜିଛି ଓ ଏହା ଫଳରେ ଦେଶ ସଂକଟ ମଧ୍ୟରେ ଗତି କରୁଥିବା ସେ ଅଭିଯୋଗ କରିିଥିଲେ । ସରକାରଙ୍କ ପୁଞ୍ଜିପତି ତୁଷ୍ଟିକରଣ ନୀତି ଦ୍ୱାରା ବେକାରୀ ସମସ୍ୟା ବଢ଼ି ଚାଲିଥିବା ଦର୍ଶାଇ ଏହାର ପ୍ରତିରୋଧ ନିମନ୍ତେ ବାମପନ୍ଥୀ ଦଳ ଚଳାଇଥିବା ଆନ୍ଦୋଳନରେ ଜନସାଧାରଣ ସାମିଲ ହେବାକୁ ସିପିଏମ ନେତା ଆହ୍ବାନ ଦେଇଥିଲେ। ସେହିପରି ସିଟୁ ଜେନା ତଥା ବ୍ରହ୍ମପୁର ଆଞ୍ଚଳିକ କମିଟି ସମ୍ପାଦକ ଯୁଧିଷ୍ଠିର ବେହେରାଙ୍କ ସମେତ ବସନ୍ତ ନନ୍ଦ, ପ୍ରତାପ ଚୌଧୁରୀ, ଶିବ ପ୍ରସାଦ ମହାପାତ୍ର, ଅଶୋକ ଦାସ, ବାବୁଲା ନାୟକ, ଗୋପାଳ ପାଣିଗ୍ରାହୀ ଓ ହରି ନାୟକ ପ୍ରମୁଖ ଉଦବୋଧନ ଦେଇଥିଲେ । ବାମପନ୍ଥୀ ନେତାମାନେ ଏହି ପରିପ୍ରେକ୍ଷୀରେ ମହାନଗର ସମସ୍ୟା ଉପସ୍ଥାପନ କରିଥିଲେ । ବ୍ରହ୍ମପୁରରେ ଆରଟିଓ ଅଫିସ ଖୋଲାଯିବା, ବଡ଼ ମେଡିକାଲରେ ନିଅଣ୍ଟିଆ ଔଷଧ ସମସ୍ୟାର ସମାଧାନ, ଆଙ୍କୁଲି ଓଭରବ୍ରିଜ ନିର୍ମାଣ ଅବିଳମ୍ବେ ସମ୍ପୂର୍ଣ୍ଣ କରାଯିବା, ଟଙ୍କିକିଆ ଚାଉଳ ଯୋଗାଣରେ ଆଧାର ଲିଙ୍କ ବନ୍ଦ କରାଯିବାକୁ ଦାବି କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri