Posted inଜାତୀୟ

ଆର୍ଥିକ ସର୍ଭେ ରିପୋର୍ଟ: ୨୦୨୫ ସୁଦ୍ଧା ୫ ଲକ୍ଷ କୋଟି ଅର୍ଥବ୍ୟବସ୍ଥା ଲକ୍ଷ୍ୟ

ନୂଆଦିଲ୍ଲୀ,୪।୭: ସଂସଦରେ ଶୁକ୍ରବାର ବଜେଟ୍‌ ଉପସ୍ଥାପନା କରାଯିବ। ତେବେ ଏହା ପୂର୍ବରୁ ଗୁରୁବାର ସରକାରଙ୍କ ପକ୍ଷରୁ ଆର୍ଥିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯାଇଛି। ଉଭୟ ରାଜ୍ୟ ସଭା ଏବଂ ଲୋକ ସଭାରେ ଏହି ରିପୋର୍ଟ ଉପସ୍ଥାପିତ ହୋଇଛି। ରିପୋର୍ଟ ଅନୁସାରେ ୨୦୧୯-୨୦ରେ ଦେଶର ଜିଡ଼ିପି ଅଭିବୃଦ୍ଧି ହାର ୭ ପ୍ରତିଶତ ରହିବାର ଆଶା କରାଯାଉଛି। ୨୦୧୮-୧୯ରେ ରାଜକୋଷ କ୍ଷତି ପରିମାଣରେ ହ୍ରାସ ପରିଲକ୍ଷିତ ହୋଇଥିବାବେଳେ ଜିଡ଼ିପି ଅଭିବୃଦ୍ଧି ହାର ୫.୮ ପ୍ରତିଶତ ଥିଲା। ଅପରପକ୍ଷରେ ଏହାର ପୂର୍ବ ବର୍ଷ ଏହା ୬.୪ ପ୍ରତିଶତ ଥିଲା। ସର୍ଭେ ରିପୋର୍ଟ ଅନୁସାରେ ୨୦୨୫ ସୁଦ୍ଧା ଭାରତକୁ ୫ ଲକ୍ଷ କୋଟି ଡଲାର  ଅର୍ଥବ୍ୟବସ୍ଥାରେ ପହଞ୍ଚାଇବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ତେବେ ଏଥିଲାଗି ଜିଡ଼ିପି ଅଭିବୃଦ୍ଧି ହାର ୮ ପ୍ରତିଶତ ରହିବା ଅପରିହାର୍ଯ୍ୟ। ସେହିପରି ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାନୀତିରେ ସୁଧହାର ହ୍ରାସ ପାଇଥିବାରୁ ଏହା ଏକ ଅନୁକୁଳ ସ୍ଥିତି ସୃଷ୍ଟି କରିବାକୁ ସକ୍ଷମ ହେବ ବୋଲି ସର୍ଭେ ରିପୋର୍ଟରେ ଦର୍ଶାଯାଇଛି। ଜାନୁୟାରୀ-ମାର୍ଚ୍ଚରେ ନିର୍ବାଚନ ଯୋଗୁ ଜିଡ଼ିପି ଅଭିବୃଦ୍ଧି ହାର ହ୍ରାସ ପାଇଥିବା ରିପୋର୍ଟରେ କୁହାଯାଇଛି। ୨୦୧୮-୧୯ରେ ଖାଦ୍ୟଶସ୍ୟ ଉତ୍ପାଦନ କମ୍‌ ରହିଥିବା ଚିନ୍ତା ଜନକ ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ଗତ ୫ ବର୍ଷରେ ଜିଡ଼ିପି ଅଭିବୃଦ୍ଧି ହାର ୭.୫ ପ୍ରତିଶତ ଥିବାବେଳେ ଏହି ସମୟ ମଧ୍ୟରେ ବିକାଶ ଧାରା ବୃଦ୍ଧି ପାଇଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର କମୁଥିବାରୁ ଏହାର ସକରାତ୍ମକ ପ୍ରଭାବ ଯୋଗୁ ଦେଶରେ ପେଟ୍ରୋଲ ଓ ଡିଜେଲ ଦର କମିବାର ସମ୍ଭାବନା ଥିବା ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri