Posted inଜାତୀୟ

ଆର୍ଥିକ ସ୍ଥିତି, କରୋନାକୁ ନେଇ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ, ୧୩।୩: ଦେଶରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଆର୍ଥତ୍କ ସ୍ଥିତି ମଧ୍ୟ ଭୁଶୁଡ଼ୁଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋଇଛନ୍ତି। କିଭଳି ଏହାର ମୁକାବିଲା କରାଯିବ, ସେନେଇ ତାଙ୍କ ପାଖରେ କୌଣସି ଉତ୍ତର ନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମାଲୋଚନା କରି କହିଛନ୍ତି। ମୋଦିଙ୍କ ଆଦର୍ଶ ଦେଶର ଅର୍ଥନୀତିକୁ ଧ୍ୱଂସ କରିସାରିଲାଣି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କିଛି ହୋଇନାହିଁ ବୋଲି କହି ବୁଲୁଛନ୍ତି। ଏନେଇ ଦେଶକୁ ପ୍ରଧାନମନ୍ତ୍ରୀ ଉତ୍ତର ଦେବା ଉଚିତ। ମନମୋହନ ସିଂଙ୍କ ପ୍ରଧାନମନ୍ତ୍ରିତ୍ୱରେ ଦେଶ ୧୦ ବର୍ଷରେ ବେଶ୍‌ ଆର୍ଥତ୍କ ଉନ୍ନତି କରିଥିଲା। କେନ୍ଦ୍ର ସରକାର ବିମୁଦ୍ରୀକରଣ ଓ ଜିଏସ୍‌ଟି ଦ୍ୱାରା ଦେଶର ଅର୍ଥନୀତିକୁ ଧ୍ୱଂସ କରିବାରେ ଲାଗିଛନ୍ତି। ଏବେ ଦେଶରେ ସୁନାମି ଦେଖାଦେଇଛି। କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ ଏହାକୁ କିପରି ରୋକାଯିବ, ସେନେଇ ସରକାର ଦୃଢ ପଦକ୍ଷେପ ଗ୍ରହଣ କରିବାରେ ବିଫଳ ହୋଇଛନ୍ତି ବୋଲି ରାହୁଲ ଅଭିଯୋଗ କରିଛନ୍ତି।
କଂଗ୍ରେସ ମୁଖପାତ୍ର ରଣଦୀପ ସୁର୍ଜଓ୍ବୋଲା ମଧ୍ୟ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ପାର୍ଲାମେଣ୍ଟରେ ପ୍ରଧାନମନ୍ତ୍ରୀ କରୋନା ଓ ଦେଶର ଆର୍ଥତ୍କ ସ୍ଥିତି ସମ୍ପର୍କରେ ମନ୍ତବ୍ୟ ଦିଅନ୍ତୁ ବୋଲି ଦାବି କରିଛନ୍ତି। କରୋନା ଯୋଗୁ ଶେୟାର ମାର୍କେଟ ଓ ମ୍ୟୁଚୁଆଲ୍‌ ଫଣ୍ଡ୍‌ରେ ପୁଞ୍ଜିନିବେଶ କରିଥିବା ଲୋକ ବ୍ୟାପକ କ୍ଷତି ସହିଛନ୍ତି। ଏଭଳି ସ୍ଥିତିରେ ଲକ୍ଷ ଲକ୍ଷ କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ୁଛି। କରୋନା ଯୋଗୁ ଅର୍ଥନୀତି ବିଗିଡ଼ିବାରେ ଲାଗିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଓ ପ୍ରଧାନମନ୍ତ୍ରୀ ଚୁପ୍‌ହୋଇ ବସିଲେ ଚଳିବନି। ଆମେରିକା, ଅଷ୍ଟ୍ରେଲିଆ ପକ୍ଷରୁ କରେନା ଯୋଗୁ ସ୍ବତନ୍ତ୍ର ପ୍ରୋତ୍ସାହନ ପ୍ୟାକେଜ୍‌ ଘୋଷଣା କରାଯାଇଛି। ଭାରତର ପ୍ରଧାନମନ୍ତ୍ରୀ ମୁହଁ ଖୋଲୁନାହାନ୍ତି ବୋଲି ସୁର୍ଜଓ୍ବୋଲା ଅଭିଯୋଗ କରିଛନ୍ତି। ଏହା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ପାର୍ଲାମେଣ୍ଟରେ କରାଯିବା ଦରକାର। ନ ହେଲେ ଆଗକୁ ପରିସ୍ଥିତି ଭୟଙ୍କର ରୂପ ଧାରଣ କରିବାର ଆଶଙ୍କା ରହିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri