ଗୋପାଳପୁର,୪ା୧୧-ଗଞ୍ଜାମ ଜିଲା ଗୋଳାବନ୍ଧସ୍ଥିତ ଆର୍ମି ଏୟାର ଡିଫେନ୍ସ (ଏଡି) କଲେଜରେ ଶନିବାର ରାତିରେ ଜଣେ ଯବାନ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ତାମିଲନାଡୁ ଅଞ୍ଚଳର ଏନ୍. କ୍ରିଷ୍ଣା। ଏ ନେଇ ସ୍ଥାନୀୟ ପୋଲିସ ନଂ. ୨୬/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ପ୍ରକାଶ ଯେ, ଗତ ୧୦ ମାସ ହେଲା ଗୋପାଳପୁର ଥାନା ଗୋଳାବନ୍ଧସ୍ଥିତ ଆର୍ମି ଏଡି କଲେଜରେ କ୍ରିଷ୍ଣା ଯବାନ ରୂପେ ଯୋଗ ଦେଇଥିଲେ। ୫ ମାସ ତଳେ ତାଙ୍କର ବିବାହ ହୋଇଥିଲା। କିନ୍ତୁ ବିଭିନ୍ନ ସମୟରେ ସେ ମାନସିକ ଚିନ୍ତାରେ ରହୁଥିଲେ। ତେଣୁ ତାଙ୍କୁ ଗୋଳାବନ୍ଧସ୍ଥିତ ଆର୍ମି ଏଡି କଲେଜ ପରିସରରେ ଥିବା ମେଡିକାଲରେ ଚିକିତ୍ସିତ କରାଯାଉଥିଲା। ଶନିବାର ରାତି ପ୍ରାୟ ୧୦ଟାରେ କ୍ରିଷ୍ଣା ମେଡିକାଲରୁ ଆସି ରହୁଥିବା ବାରାକ୍ର ଉପର ମହଲାକୁ ଯାଇ ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ରବିବାର ପୂର୍ବାହ୍ନରେ ଅନ୍ୟ ଯବାନମାନେ କ୍ରିଷ୍ଣାଙ୍କୁ ଫ୍ୟାନରେ ଝୁଲୁଥିବା ଦେଖି ଗୋପାଳପୁର ଥାନାରେ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲା। ଯବାନଙ୍କ ପରିବାର ଲୋକ ଆସିଲେ ମୃତଦେହ ହସ୍ତାନ୍ତର କରାଯିବ ବୋଲି ଥାନାଧିକାରୀ ବିବେକାନନ୍ଦ ମହନ୍ତ କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର
ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…
ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ
ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…
ନିଟ୍ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା
ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…
ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…
କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍ବ ୧୪୩ ନମ୍ବର ଜାତୀୟ ରାଜପଥ…
କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ
ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…
ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….
ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…
ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…
ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…
ମୋରମ୍ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର
ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍ ଖାଦାନରେ ଶନିବାର ସକାଳେ ମୋରମ୍ ଖୋଳୁଥିବା ବେଳେ ପଥର…
Archives

