ଆର୍ଯ୍ୟପଲ୍ଲୀର ୫୨୭ ଘର ଭଗ୍ନ ଅବସ୍ଥାରେ, ଆବାସ ଯୋଜନାରେ ସାମିଲ ଦାବି

ଛତ୍ରପୁର,୨୨ା୬(ଡି.ଏନ.ଏ)- ୧୯୯୯ ମସିହା ମହାବାତ୍ୟା ପରେ ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ଗରୀବ ଓ ଗୃହହୀନମାନଙ୍କ ପାଇଁ ଘର ନିର୍ମାଣ କରି ଦିଆଯାଇଥିଲା ା ଭାରତ ସରକାରଙ୍କ ରାଷ୍ଟ୍ରାୟତ ଉଦ୍ୟୋଗ ପକ୍ଷରୁ ଏହି ଘର ନିର୍ମାଣ କରାଯାଇଥିଲା ା ତେବେ ୫୨୭ ଗୃହ ଏବେ ଭଗ୍ନ ଅବସ୍ଥାରେ ରହିଥିବା ଜଣାପଡିଛି ା କେତେବେଳେ ଯେ ସେ ସବୁ ଭୁଶୁଡି ପଡିବ ସେ ଆଶଙ୍କାରେ ଅଛନ୍ତି ସେଠାରେ ରହୁଥିବା ପରିବାର ା ତେଣୁ ଉକ୍ତ ଘର ଗୁଡିକୁ ଭାଙ୍ଗି ନୂତନ ପକ୍କା ଘର ନିର୍ମାଣ କରିବା ଆବଶ୍ୟକ ହୋଇପଡ଼ିଛି। ଏଥିସହ ଉକ୍ତ ଘରେ ରହୁଥିବା ପରିବାରଗୁଡିକୁ ଓଡିଆରପି କିମ୍ବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରି ଘର ନିର୍ମାଣ କରିବାର ବ୍ୟବସ୍ଥା କରିବାକୁ ଲୋକେ ଦାବି କରିଛନ୍ତି। ଶନିବାର ଉକ୍ତ ପରିବାରଗୁଡିକ ଛତ୍ରପୁର ଆସି ଏ ସମ୍ପର୍କରେ ଅତିରିକ୍ତ ଜିଲପାଳଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଭଗ୍ନ ଅବସ୍ଥାରେ ରହିଥିବା ଉକ୍ତ ଘର ଛାତରୁ ପଲସ୍ତରା ଖସିବା ସହ ଲୁହାଛଡ ଦେଖାଯାଉ ଥିବା ସେମାନେ କହିଛନ୍ତି। ବର୍ଷା ଦିନରେ ଛାତରୁ ପାଣି ଗଳୁଥିବା କୁହାଯାଇଛି ା ଛତ୍ରପୁର ଉପଜିଲାପାଳ ଓ ବିଡିଓଙ୍କୁ ମଧ୍ୟ ଏହି ସ୍ମାରକପତ୍ରର ନକଲ ପ୍ରଦାନ କରାଯାଇଛି ା ଆର୍ଯ୍ୟପଲ୍ଲୀ ସରପଞ୍ଚ ଏମ୍‌.ଲକ୍ଷ୍ମୀ, ଏମ୍‌.ଗୁମାଲି, ବି.ସିମାଦ୍ରି, ପି.କାଳିଆ, ଜି.କାମରାଜୁ,ଏମ୍‌.ଜଗନ୍ନାଥ,ଏନ୍‌. ସନ୍ନ୍ୟାସୀଙ୍କ ସମେତ ପଞ୍ଚାୟତର ଶତାଧିକ ଲୋକ ସ୍କାରକପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।
(ଫଟୋ ଯାଇଥିବ)


Enter your email to get our daily news in your inbox.

All Right Reserved By Dharitri.Com

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri